ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଭିନ୍ନ ବିଭାଗରେ ନିଯୁକ୍ତ ଆଉ ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଓ ଅପାରଗତା ପାଇଁ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ମୟୂରଭଞ୍ଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏର ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସ, ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇ, ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡ଼ି ସୁପରଭାଇଜର ପ୍ରତିମା ସାହୁ, ଅନୁଗୋଳ ପୁଲିସ ଟ୍ରେନିଂ […]

Lokaseba Bhaban

Lokaseba Bhaban

Jitendra Garnayak
  • Published: Tuesday, 08 February 2022
  • Updated: 08 February 2022, 03:53 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଭିନ୍ନ ବିଭାଗରେ ନିଯୁକ୍ତ ଆଉ ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଓ ଅପାରଗତା ପାଇଁ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।

ମୟୂରଭଞ୍ଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏର ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସ, ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇ, ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡ଼ି ସୁପରଭାଇଜର ପ୍ରତିମା ସାହୁ, ଅନୁଗୋଳ ପୁଲିସ ଟ୍ରେନିଂ କଲେଜର ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା ଓ କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟର ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ୨.୮୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ଏହି ଆୟ ବହିର୍ଭୂତ ସମ୍ପତ୍ତି ମଧ୍ୟରୁ ୪୧.୭୭ ଲକ୍ଷ ଟଙ୍କା ତାଙ୍କ ଘରୁ ନଗଦ ଜବତ କରାଯାଇଥିଲା। ତାଙ୍କର ଭୁବନେଶ୍ୱରର ବରଗଡ଼ରେ ଏକ ଦୁଇ ମହଲା ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍ ଓ କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ କୋଠା ରହିଛି। ଏହା ସହିତ ବାଲେଶ୍ୱରରେ ତାଙ୍କର ୩ଟି ପ୍ଲଟ୍ ମଧ୍ୟ ରହିଛି। ଅପାରଗତା, ଅସାଧୁ ଉପାୟ ଅବଲମ୍ବନ କରିବା ଓ ଆର୍ଥିକ ଅନିୟମିତତାରେ ସଂପୃକ୍ତି ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସିଡିପିଓ ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ସେ ଧରା ପଡ଼ିଥିଲେ। ତାଙ୍କର ଭୁବନେଶ୍ୱରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି। ତା’ ସହିତ ଜଗତସିଂପୁରରେ ଗୋଟିଏ ଦୁଇ ମହଲା କୋଠା ଅଛି। ତାଙ୍କ ଠାରୁ ଟଙ୍କା ଓ ସୁନାଗହଣା ବି ଜବତ କରାଯାଇଛି।

ଅଙ୍ଗନବାଡ଼ି ସୁପରଭାଇଜର ପ୍ରତିମା ସାହୁ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡ଼ିଥିଲେ। ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା।

ଅନୁଗୋଳ ପୁଲିସ ଟ୍ରେନିଂ କଲେଜର ପୁଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା। ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡ଼ିଥିଲେ। ଅସାଧୁ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସୂଚନାଯୋଗ୍ୟ, ଦୁର୍ନୀତି ଓ ଅପରାଗତା ଯୋଗୁ ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାର ୧୪୬ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି ବା ବାଧ୍ୟତାମୂଳକ ଅବସର ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story