ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପେଟ୍ରୋଲ୍ ଓ ଡିଜେଲ ଉପରେ ଭାଟ୍ ବଢ଼ାଇଲେ ରାଜ୍ୟ ସରକାର। ‘କରୋନା’ ବିପତ୍ତି ମଧ୍ୟରେ ରାଜ୍ୟ ସରକାର ପେଟ୍ରୋଲ୍ ଓ ଡିଜେଲ ଉପରେ ଭାଟ୍ ବୃଦ୍ଧି କରିଛନ୍ତି। ଡିଜେଲ ଉପରେ ଭାଟ୍ ୨୬%ରୁ ୨୮%କୁ ବଢ଼ିଥିବା ବେଳେ ପେଟ୍ରୋଲ୍ ଉପରେ ଏହା ୨୬ରୁ ୩୨% ବଢ଼ିଛି। ଏହି ବର୍ଦ୍ଧିତ ଦର ମଧ୍ୟ ରାତ୍ରୀରୁ ଲାଗୁ ହେବ। ଦର ବଢ଼ିବା ପରେ ଭୁବନେଶ୍ୱରରେ ପେଟ୍ରୋଲ୍ ଦର ଲିଟର ପିଛା ୩ଟା ୧୧ ପଇସା ଓ ଡିଜେଲ ଦର ୧ ଟଙ୍କା ୦୩ ପଇସା ଅଧିକ ମହଙ୍ଗା ହେବ। ଏବେ ଭୁବନେଶ୍ୱରରେ ପେଟ୍ରୋଲ୍ ଦର ୭୧.୬୯ ପଇସା ଓ ଡିଜେଲ୍ ୬୭.୭୩ ଟଙ୍କା ହେବ।
ସୂଚନା ଯୋଗ୍ୟ, ନିକଟରେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି କରିଥିଲେ। ‘କରୋନା’ ବିପତ୍ତି ଯୋଗୁ ଲୋକମାନେ ଦୁର୍ଦଶାରେ ଚଳୁଥିବା ବେଳେ ତୈଳଦର ବୃଦ୍ଧି ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।