Secretariat
ରାଜ୍ୟ ସରକାର ଆଜି ୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ସଚିବ ମନୋଜା ଦେବୀଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ମିଳିଥିବାବେଳେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ଲିଲି କୁମାରୀ କୁଲୁ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ସ୍ମିତା ବିଶ୍ୱାଳ ଓ ବିଡିଏ ସଚିବ କବୀନ୍ଦ୍ର କୁମାର ସାହୁଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇ ସେହିଠାରେ କାର୍ଯ୍ୟ ଜାରି ରଖିବାକୁ କୁହାଯାଇଛି ।
ସେହିପରି ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସ୍ୱତନ୍ତ୍ର ଆରାଧନା ଦାସଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଓ ସେଠାରେ ଥିବା ବିଭୂତିଭୂଷଣ ମିଶ୍ରଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ସିଡିଆଇ(ଡିପାର୍ଟମେଣ୍ଟାଲ ଇନକ୍ୱାରୀ କମିଶନର) ଭାବେ ବଦଳି ହୋଇଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1682958371.jpg)