ଜାରି ହେଲା ନଭେମ୍ୱର ଗାଇଡ୍‌ଲାଇନ୍‌, ରହିଲା ବାଣ କେଁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମହାମାରୀ କରୋନାର ସ୍ଥିତିକୁ ଦେଖି ସରକାର ଜାରି କରିଛନ୍ତି ନଭେମ୍ୱର ମାସ ଗାଇଡ୍‌ଲାଇନ୍‌। ହେଲେ ଦୀପାବଳିର ବାଣ ଫୁଟା କେଁ ରଖିଛନ୍ତି। ବାଣ ଫୁଟାଇବା ସମ୍ପର୍କିତ ଗାଇଡଲାଇନ ପୃଥକ ଭାବେ ଜାରି ହେବ ବୋଲି ଜଣାପଡ଼ିଛି। ନଭେମ୍ବର ମାସ ପାଇଁ ଗାଇଡଲାଇନ ଜାରି ହୋଇଛି ଗାଇଡ୍‌ଲାଇନ୍‌। ନଭେମ୍ବର ୧ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ବଳବତ୍ତର ରହିବ ଗାଇଡ୍‌ଲାଇନ୍‌। ନୂଆ ଗାଇଡଲାଇନ ଅନୁସାରେ ସହରାଞ୍ଚଳରେ ରାତ୍ରକଳୀନ କର୍ଫ୍ୟୁ ପୂର୍ବପରି ଜାରି ରହିବ। ରାତି ୧୦ଟାରୁ […]

covid restriction

covid restriction

Manoranjan Sial
  • Published: Sunday, 31 October 2021
  • Updated: 31 October 2021, 07:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମହାମାରୀ କରୋନାର ସ୍ଥିତିକୁ ଦେଖି ସରକାର ଜାରି କରିଛନ୍ତି ନଭେମ୍ୱର ମାସ ଗାଇଡ୍‌ଲାଇନ୍‌। ହେଲେ ଦୀପାବଳିର ବାଣ ଫୁଟା କେଁ ରଖିଛନ୍ତି। ବାଣ ଫୁଟାଇବା ସମ୍ପର୍କିତ ଗାଇଡଲାଇନ ପୃଥକ ଭାବେ ଜାରି ହେବ ବୋଲି ଜଣାପଡ଼ିଛି।

ନଭେମ୍ବର ମାସ ପାଇଁ ଗାଇଡଲାଇନ ଜାରି ହୋଇଛି ଗାଇଡ୍‌ଲାଇନ୍‌। ନଭେମ୍ବର ୧ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ବଳବତ୍ତର ରହିବ ଗାଇଡ୍‌ଲାଇନ୍‌। ନୂଆ ଗାଇଡଲାଇନ ଅନୁସାରେ ସହରାଞ୍ଚଳରେ ରାତ୍ରକଳୀନ କର୍ଫ୍ୟୁ ପୂର୍ବପରି ଜାରି ରହିବ। ରାତି ୧୦ଟାରୁ ସକାଳ ୫ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ। ସମସ୍ତ ପ୍ରକାର ଦୋକାନ ସକାଳ ୫ରୁ ରାତି ୧୦ ଖୋଲା ରହିପାରିବ।

ନଭେମ୍ବର ଗାଇଡଲାଇନରେ ରାଜ୍ୟବ୍ୟାପୀ କେଉଁଠି ସପ୍ତାହାନ୍ତ ଶଟ୍‌ଡାଉନ୍‌ କଟକଣା ଜାରି କରାଯାଇନି। ଅନଲକ ପିରିୟଡରେ ସାରା ରାଜ୍ୟରେ ସମସ୍ତ ପ୍ରକାର ଦୋକାନ, ମଲ ଖୋଲା ରହିବ। ସେହିଭଳି ରାଜ୍ୟରେ ସମସ୍ତ ଧାର୍ମିକ ଉତ୍ସବ, ପର୍ବପର୍ବାଣୀ ଓ ଅନ୍ୟ ସାମାଜିକ କାର୍ଯ୍ୟକ୍ରମ ପାଳନ କରାଗଲେ ମଧ୍ୟ ସରକାର ପୂର୍ବରୁ ଜାରି କରିଥିବା ଅଗଷ୍ଟ ୯ ର ଗାଇଡଲାଇନ୍‌ର ଅନୁପାଳନ କରାଯିବ। ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନର ନିଜ ଅଞ୍ଚଳରେ ଏନେଇ ନିଷ୍ପତ୍ତି। ବାଣ ଫୁଟାଇବା ସମ୍ପର୍କିତ ଗାଇଡଲାଇନ ପୃଥକ ଭାବେ ଜାରି ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos