ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଘରୋଇ ସ୍କୁଲ୍ ଗୁଡ଼ିକର ଫି’ ବୃଦ୍ଧି ପ୍ରସଙ୍ଗରେ ନିଜେ ହାତ ଟେକିଦେଇ ଅଦାଲତ ଭରସାରେ ଛାଡ଼ିଦେଲେ ରାଜ୍ୟ ସରକାର। କେତେ ପରିମାଣର ଫି’ ବୃଦ୍ଧି କରାଯିବ ସେନେଇ ଓଡ଼ିଶା ଏଜୁକେସନ ଆକ୍ଟରେ କୌଣସି ବ୍ୟବସ୍ଥା ନାହିଁ ବୋଲି ରାଜ୍ୟ ସରକାର ହାଇକୋର୍ଟଙ୍କୁ ଜଣାଇଛନ୍ତି। ଘରୋଇ ସ୍କୁଲ ଫି’ ବୃଦ୍ଧି ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଏଭଳି ଜବାବ ଦାଖଲ କରି ଦର୍ଶାଯାଇଛି।
ଲକ୍ଡାଉନ୍ ଓ ଶଟ୍ଡାଉନ୍ ଯୋଗୁ ଅଭିଭାବକଙ୍କ ଆର୍ଥିକ ସ୍ଥିତି ଠିକ ନାହିଁ। ଏସବୁ କାରଣରୁ ଫି’ ବୃଦ୍ଧି ପ୍ରସଙ୍ଗରେ ସରକାର, ଅଭିଭାବକ ସଂଘ, ଘରୋଇ ସ୍କୁଲ ଓ ଶିକ୍ଷକ ସଂଘର ମିଳିତ ବୈଠକର ସହମତି ଅନୁଯାୟୀ କାର୍ଯ୍ୟକାରୀ କରାଯିବ ବୋଲି କୋର୍ଟଙ୍କୁ ଜଣାଇଛନ୍ତି ରାଜ୍ୟ ସରକାର। ତେଣୁ ଫି’ ବୃଦ୍ଧି ପ୍ରସଙ୍ଗରେ ନିଜ ଆଡୁ ଅଦାଲତ ନିଷ୍ପତ୍ତି ନିଅନ୍ତୁ ବୋଲି ସରକାରଙ୍କ ପକ୍ଷରୁ କୁହଯାଇଛି। ଆସନ୍ତା ୨୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣୀ ପାଇଁ ହାଇକୋର୍ଟ ଧାର୍ଯ୍ୟ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।