ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ନୀତିକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ଜଣେ ବିଡିଓ ଓ ୨ଜଣ ସରପଞ୍ଚଙ୍କୁ ରାଜ୍ୟ ସରକାର ଆଜି ନିଲମ୍ବନ କରିଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ବିଡିଓ ରବିନ୍ଦ୍ର କୁମାର ଶତପଥୀ, ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଅନ୍ତର୍ଗତ କେଦାରପୁର ପଞ୍ଚାୟତ ସରପଞ୍ଚ ଅଭିମନ୍ୟୁ ଜେନା ଓ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଆଙ୍କୋରଡ଼ା ପଞ୍ଚାୟତ ସରପଞ୍ଚ ଉସାନ୍ତ ସାହୁଙ୍କୁ ନିଲମ୍ବନ କରାଯାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଜାରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାର୍ଗଦର୍ଶିକା ପାଳନ ନକରିବା ଓ ଦୁର୍ନୀତିକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ବିଡିଓ ଶ୍ରୀ ଶତପଥୀଙ୍କୁ ନିଲମ୍ବନ କରାଯାଇଛି। ସେହିପରି ଆର୍ଥିକ ଅନିୟମିତତା ପାଇଁ ଉପରୋକ୍ତ ୨ଜଣ ସରପଞ୍ଚଙ୍କୁ ନିଲମ୍ବନ କରାଯାଇଥିବା ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି।
ଅନ୍ୟପକ୍ଷରେ ‘ମୋ ସରକାର’ କାର୍ଯ୍ୟକ୍ରମରେ ଆଜିଠୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ପାନୀୟ ଜଳ ଯୋଗାଣକୁ ସାମିଲ କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଜେନା ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଶ୍ରୀ ମହାପ୍ରଭୁଙ୍କ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।