ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ITI ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି ଛାଡ଼ ଘୋଷଣା କଲେ ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ୱାରା ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି’ ଛାଡ କରାଯାଇଛି। କୋଭିଡ୍ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇଟିଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି’ ବାବଦରେ ଛାଡ଼ ପାଇବେ।
ପୂର୍ବରୁ ରାଜ୍ୟ ସରକାର ମ୍ୟାଟ୍ରିକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫି’ ଛାଡ଼ କରିଥିଲେ। ଏହାଦ୍ୱାରା ମ୍ୟାଟ୍ରିକ୍ ଛାତ୍ରଛାତ୍ରୀମାନେ ଉପକୃତ ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।