ଛାଡ଼ ହେଲା ITI ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ITI ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି ଛାଡ଼ ଘୋଷଣା କଲେ ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ୱାରା ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି’ ଛାଡ କରାଯାଇଛି। କୋଭିଡ୍‌ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ […]

govt-iti

Manoranjan Sial
  • Published: Wednesday, 03 February 2021
  • , Updated: 03 February 2021, 06:02 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ITI ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି ଛାଡ଼ ଘୋଷଣା କଲେ ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ୱାରା ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି’ ଛାଡ କରାଯାଇଛି। କୋଭିଡ୍‌ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇଟିଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ  ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି’  ବାବଦରେ ଛାଡ଼ ପାଇବେ।

ପୂର୍ବରୁ ରାଜ୍ୟ ସରକାର ମ୍ୟାଟ୍ରିକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫି’ ଛାଡ଼ କରିଥିଲେ। ଏହାଦ୍ୱାରା ମ୍ୟାଟ୍ରିକ୍‌ ଛାତ୍ରଛାତ୍ରୀମାନେ ଉପକୃତ ହେବେ।

Related story