ଗାନ୍ଧି ଜୟନ୍ତୀରୁ ନିଜସ୍ୱ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଲାଗୁ କରିବେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଅକ୍ଟୋବର ୨ ତାରିଖରେ ଗାନ୍ଧି ଜୟନ୍ତୀରୁ ନିଜସ୍ୱ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଲାଗୁ କରିବେ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,“ ଓଡ଼ିଶାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ ୨୦୧୧ ଜନ ଗଣନା ଆଧାରରେ କାର୍ଯ୍ୟକାରୀ ହେଉଛି। ପରବର୍ତ୍ତୀ ସମୟରେ ରାଜ୍ୟର ଜନସଂଖ୍ୟା ୧୪ ପ୍ରତିଶତ ବୃଦ୍ଧି ପାଇଛି। ତେଣୁ ଲକ୍ଷ ଲକ୍ଷ ହିତାଧିକାରୀ ଏହି ଯୋଜନାରୁ ବାଦ୍ ପଡ଼ିଛନ୍ତି। ଏ ନେଇ କେନ୍ଦ୍ର ସରକାରଙ୍କୁ […]

cmo

cmo

Rakesh Mallick
  • Published: Saturday, 28 July 2018
  • Updated: 28 July 2018, 01:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଅକ୍ଟୋବର ୨ ତାରିଖରେ ଗାନ୍ଧି ଜୟନ୍ତୀରୁ ନିଜସ୍ୱ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଲାଗୁ କରିବେ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି,“ ଓଡ଼ିଶାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ ୨୦୧୧ ଜନ ଗଣନା ଆଧାରରେ କାର୍ଯ୍ୟକାରୀ ହେଉଛି। ପରବର୍ତ୍ତୀ ସମୟରେ ରାଜ୍ୟର ଜନସଂଖ୍ୟା ୧୪ ପ୍ରତିଶତ ବୃଦ୍ଧି ପାଇଛି। ତେଣୁ ଲକ୍ଷ ଲକ୍ଷ ହିତାଧିକାରୀ ଏହି ଯୋଜନାରୁ ବାଦ୍ ପଡ଼ିଛନ୍ତି। ଏ ନେଇ କେନ୍ଦ୍ର ସରକାରଙ୍କୁ ବହୁବାର ଚିଠି ଲେଖି ଜଣାଇଥିଲେ ବି କୌଣସି ପଦକ୍ଷେପ ନିଆଯାଇ ନାହିଁ। ତେଣୁ ସେଥିରୁ ବାଦ୍ ପଡିଥିବା ହିତାଧିକାରୀଙ୍କୁ ମଧ୍ୟ ଏହି ଯୋଜନାର ସୁଫଳ ଦେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇ ନୂଆ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ଏହି ବ୍ୟବସ୍ଥା ଦ୍ୱାରା ୩୩ଲକ୍ଷ ୪୪ ହଜାର ଗରିବ ହିତାଧିକାରୀ ଉପକୃତ ହେବେ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos