ଓଡ଼ିଶାରେ ଦୁଇ ଲକ୍ଷ ଅତିକ୍ରମ କଲା କରୋନା ଆରୋଗ୍ୟଙ୍କ ସଂଖ୍ୟା
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୪୧୦୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୦୨୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
Happy to share that with the discharge of 4108 Covid patients today, Odisha has crossed the landmark of 2 lakh Covid recoveries!
The total recovered cases of Odisha now stand at 202302.
721 from Khordha
492 from Cuttack
212 from Jajapur
186 from Anugul
154 from Jharsuguda— H & FW Dept Odisha (@HFWOdisha) October 4, 2020
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୨୧ ଜଣ ଅଛନ୍ତି। କଟକରୁ ୪୯୨, ଯାଜପୁରରୁ ୨୧୨, ଅନୁଗୋଳରୁ ୧୮୬, ଝାରସୁଗୁଡ଼ାରୁ ୧୫୪, ଜଗତସିଂହପୁରରୁ ୧୫୪, ମୟୂରଭଞ୍ଜରୁ ୧୩୯, ସମ୍ୱଲପୁରରୁ ୧୨୮, ନୂଆପଡ଼ାରୁ ୧୧୮, କଳାହାଣ୍ଡିରୁ ୧୧୭, କେନ୍ଦୁଝରରୁ ୧୧୭, ବାଲେଶ୍ୱରରୁ ୧୧୬, ସୁନ୍ଦରଗଡ଼ରୁ ୧୧୬, ବରଗଡ଼ରୁ ୧୧୪, କେନ୍ଦ୍ରାପଡ଼ାରୁ ୧୦୭, ନବରଙ୍ଗପୁରରୁ ୮୯, ବଲାଙ୍ଗିରିରୁ ୮୦, ଢେଙ୍କାନାଳରୁ ୭୫, କୋରାପୁଟରୁ ୭୩, ସୋନପୁରରୁ ୭୩, କନ୍ଧମାଳରୁ ୭୧, ଗଞ୍ଜାମରୁ ୬୭, ରାୟଗଡ଼ାରୁ ୭୪, ପୁରୀରୁ ୫୫, ନୟାଗଡ଼ରୁ ୫୦, ବୌଦ୍ଧରୁ ୪୪, ଗଜପତିରୁ ୪୦, ମାଲକାନଗିରିରୁ ୩୪, ଭଦ୍ରକରୁ ୧୬, ଦେବଗଡ଼ରୁ ୮ ଓ ଷ୍ଟେଟ୍ ପୁଲରୁ ୨୮୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।