ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ମଧ୍ୟରେ ବରିଷ୍ଠ ଆଇଏଏସ ଅଫିସରସ୍ତରରେ ଆଜି ଅଦଳବଦଳ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ତଥା ୧୯୯୩ ବ୍ୟାଚ୍ ଆଇଏଏସ ନିକୁଞ୍ଜ ବିହାରୀ ଧଳଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀ ଧଳଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ କରାଯାଇଥିବାବେଳେ ସେଠାରେ ଥିବା ୧୯୯୫ ବ୍ୟାଚ୍ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ପ୍ରମୁଖ ସଚିବ ଏବଂ କେନ୍ଦ୍ରରୁ ଡେପୁଟେସନରେ ଫେରିଥିବା ୧୯୯୪ ବ୍ୟାଚ ଆଇଏଏସ୍ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତବିଦ୍ୟା ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି।
ଗତ ଦୁଇ ସପ୍ତାହ ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ବଦଳି କରାଯାଇଥିଲେ ମଧ୍ୟ ନିକୁଞ୍ଜ ଧଳ ସେଠାରେ ପ୍ରମୁଖ ସଚିବ ରୂପେ କାର୍ଯ୍ୟ କରୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।