‘ଆସନ୍ତା ୫ ସୁଦ୍ଧା ସବୁ ଶିକ୍ଷକଙ୍କୁ ଟିକା’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଟିକାକରଣ ପାଇଁ ଶିକ୍ଷକଙ୍କୁ ଦିଆ ଯିବ ଅଗ୍ରାଧିକାର। ସବୁ ସରକାରୀ ଓ ବେସରକାରୀ ସ୍କୁଲର ଶିକ୍ଷକ ଓ ଶିକ୍ଷା ଅନୁଷ୍ଠାନର ଅନ୍ୟ କର୍ମଚାରୀଙ୍କୁ ଟିକା ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିଠି ପରେ ପ୍ରକ୍ରିୟା ଆରମ୍ଭ କରିଛି ସ୍ୱାସ୍ଥ୍ୟ ବିଭାଗ। କେତେ ଶିକ୍ଷକ ଟିକା ନେଇଛନ୍ତି ଓ କେତେ ନେଇ ନାହାଁନ୍ତି ତାଙ୍କର ତାଲିକା ପ୍ରସ୍ତୁତ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। […]

Vaccine123

Madhupriya Mistry
  • Published: Thursday, 26 August 2021
  • , Updated: 26 August 2021, 01:09 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଟିକାକରଣ ପାଇଁ ଶିକ୍ଷକଙ୍କୁ ଦିଆ ଯିବ ଅଗ୍ରାଧିକାର। ସବୁ ସରକାରୀ ଓ ବେସରକାରୀ ସ୍କୁଲର ଶିକ୍ଷକ ଓ ଶିକ୍ଷା ଅନୁଷ୍ଠାନର ଅନ୍ୟ କର୍ମଚାରୀଙ୍କୁ ଟିକା ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିଠି ପରେ ପ୍ରକ୍ରିୟା ଆରମ୍ଭ କରିଛି ସ୍ୱାସ୍ଥ୍ୟ ବିଭାଗ। କେତେ ଶିକ୍ଷକ ଟିକା ନେଇଛନ୍ତି ଓ କେତେ ନେଇ ନାହାଁନ୍ତି ତାଙ୍କର ତାଲିକା ପ୍ରସ୍ତୁତ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସ୍ୱତନ୍ତ୍ର ଡ୍ରାଇଭ ଜରିଆରେ ୟୁ-ଡାଇସ ପ୍ଲସ୍ ସଫ୍ଟେୱେର ମାଧ୍ୟମରେ ଶିକ୍ଷା ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗର ମିଳିତ ସମନ୍ୱୟରେ ଟିକାକରଣ କରାଯିବ। ଏଥିପାଇଁ ୨୭ ତାରିଖରୁ ଅତିରିକ୍ତ ୧୧ ଲକ୍ଷ ଟିକା ଆସିବା ପରେ କାର୍ଯ୍ୟ ଆରମ୍ଭ ହେବ। ଏହି ୧୧ ଲକ୍ଷ ମଧ୍ୟରୁ ୯ଲକ୍ଷ ୯୨ ହଜାର ୩୮୦ କୋଭିସିଲଡ଼ ଓ ୧ ଲକ୍ଷ ୨୪ ହଜାର କୋଭାକସିନ ଟିକା ଆସିବ।

ସେପ୍ଟେମ୍ବର ୫ ମଧ୍ୟରେ ସମସ୍ତ ଶିକ୍ଷକ ଓ ସ୍କୁଲ କର୍ମଚାରୀଙ୍କୁ ଟିକା ଦାନ ପାଇଁ ଟାର୍ଗେଟ ରଖାଯାଇଛି।  ଆବଶ୍ୟକ ହେଲେ ବିଭିନ୍ନ ସ୍କୁଲର ଶହେରୁ ଅଧିକ କର୍ମଚାରୀ ହେଲେ ସେଠାରେ ଟିକାକରଣ କେନ୍ଦ୍ର କରି ଟିକା ଦିଆଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

Related story