ପ୍ରଦୀପଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ତଦନ୍ତ ପାଇଁ ଭିଜିଲାନ୍ସକୁ ଲୋକାୟୁକ୍ତ ନିର୍ଦ୍ଦେଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ତଦନ୍ତ ଲାଗି ଭିଜିଲାନ୍ସ ନିର୍ଦ୍ଦେଶକ ଦେଲେ ଲୋକାୟୁକ୍ତ। ଆସନ୍ତା ଫେବୃୟାରୀ ୧୨ ସୁଦ୍ଧା ରିପୋର୍ଟ ଦେବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଗତ ୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସକୁ ଗ୍ରହଣ କରି ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ। ଟାଟାରେ ଚାକିରି କରାଇଦେବା ନାଁରେ ଆକାଶ ପାଠକ ଓ ତାଙ୍କ ଭାବି ଶ୍ୱଶୁର ପ୍ରଦୀପ ପାଣିଗ୍ରାହୀ ଶିକ୍ଷିତ ଯୁବକଙ୍କୁ ଠକିଛନ୍ତି। […]

Odisha Lokayukta

Odisha Lokayukta

Manoranjan Sial
  • Published: Friday, 11 December 2020
  • Updated: 11 December 2020, 03:42 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ତଦନ୍ତ ଲାଗି ଭିଜିଲାନ୍ସ ନିର୍ଦ୍ଦେଶକ ଦେଲେ ଲୋକାୟୁକ୍ତ। ଆସନ୍ତା ଫେବୃୟାରୀ ୧୨ ସୁଦ୍ଧା ରିପୋର୍ଟ ଦେବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଗତ ୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସକୁ ଗ୍ରହଣ କରି ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ।

ଟାଟାରେ ଚାକିରି କରାଇଦେବା ନାଁରେ ଆକାଶ ପାଠକ ଓ ତାଙ୍କ ଭାବି ଶ୍ୱଶୁର ପ୍ରଦୀପ ପାଣିଗ୍ରାହୀ ଶିକ୍ଷିତ ଯୁବକଙ୍କୁ ଠକିଛନ୍ତି। ଏହି ଘଟଣା ପଦାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ପ୍ରଦୀପଙ୍କୁ ଦଳରୁ ବହିଷ୍କାର କରିଥିଲେ। ପରେ କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କୁ ତାଙ୍କ ସରକାରୀ ଆବାସରୁ ଉଠାଇ ନେଇଥିଲା। ସ୍ୱାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି। ଏବେ ପ୍ରଦୀପ ପାଣିଗ୍ରାହୀ ଜେଲ୍‌ରେ ଅଛନ୍ତି।

ଅନ୍ୟପକ୍ଷରେ ଦୁର୍ନୀତିର ପେଡ଼ି ଖୋଲିବା ପାଇଁ କ୍ରାଇମବ୍ରାଞ୍ଚ ପ୍ରବର୍ତ୍ତନ ନିର୍ଦ୍ଦେଶାଳାୟ(ଇଡି)କୁ ଚିଠି ଲେଖିଥିଲା। ମାମଲାକୁ ଦେଇ ଇଡି ଘଟଣାର ତଦନ୍ତ ପାଇଁ ସବୁ କାଗଜପତ୍ର ମଗାଇଥିଲା। ଏବେ ଇଡି ପ୍ରଦୀପଙ୍କ ଦୁର୍ନୀତି ପେଡ଼ି ଖୋଲୁଛି। ସେପଟେ ଆକାଶ ପାଠକ ଟାଟାର କର୍ମଚାରୀକୁ ନେଇ ଜାରି ରହିଥିବା ସସ୍‌ପେନ୍ସ ଉପରୁ ପର୍ଦ୍ଦା ହଟିଛି। ଟାଟା ମୋର୍ଟ ସ୍ପଷ୍ଟୀକରଣ ଦେଇ କହିଛି, ଆକାଶ ଟାଟାରେ ଚାକିରି କରି ନାହାନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos