ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନକୁ ଦିନ ଖରାର ତାତି ବଢ଼ିବାରେ ଲାଗିଛି। ଖରାକୁ ଦେଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏ ଚାଲିବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ ୯ଟାରୁ ଦିନ ୧ଟା ଯାଏ ଚାଲିବ। ଏନେଇ ସବୁ ଡିଇଓମାନଙ୍କୁ ଚିଠି କରିଛନ୍ତି ଗଣଶିକ୍ଷା ଅତିରିକ୍ତ ସଚିବ। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପକ୍ଷରେ […]

school

Manoranjan Sial
  • Published: Friday, 26 February 2021
  • , Updated: 26 February 2021, 06:57 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନକୁ ଦିନ ଖରାର ତାତି ବଢ଼ିବାରେ ଲାଗିଛି। ଖରାକୁ ଦେଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏ ଚାଲିବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ ୯ଟାରୁ ଦିନ ୧ଟା ଯାଏ ଚାଲିବ। ଏନେଇ ସବୁ ଡିଇଓମାନଙ୍କୁ ଚିଠି କରିଛନ୍ତି ଗଣଶିକ୍ଷା ଅତିରିକ୍ତ ସଚିବ।

ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପକ୍ଷରେ ଗ୍ରୀଷ୍ମ ପ୍ରବାହକୁ ଦେଖି ଦୁଇ ଦିନ ତଳେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଥିଲେ। ଗ୍ରୀଷ୍ମ ପ୍ରବାହ ଜନିତ ଅସୁସ୍ଥତା ସଂପର୍କରେ ଲୋକଙ୍କୁ ସଚେତନ କରିବାକୁ ଚିଠିରେ ସେ ଲେଖିଥିଲେ। ସଚେତନତା କାର୍ଯ୍ୟରେ ସାମାଜିକ ସଂସ୍ଥାକୁ ସାମିଲ ଲାଗି ପରାମର୍ଶ ଦିଆଯାଇଥିଲା।

ମହାମାରୀ କରୋନା ପାଇଁ ବନ୍ଦ ଥିଲା ସମସ୍ତ ଶିକ୍ଷାନୁଷ୍ଠାନ। କରୋନାର କୋପ ସାମାନ୍ୟ କମିବା ପରେ ରାଜ୍ୟ ସରକାର ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିଥିଲା। ପରେ ନବମ ଶ୍ରେଣୀ ଖୋଲିଥିଲା। କରୋନା ଗାଇଡ୍‌ଲାଇନ୍‌ ଅନୁସାରେ ପାଠ ପଢ଼ା ଚାଲିଥିଲା। ତେବେ ପ୍ରାଥମିକ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର କୌଣସି ନିଷ୍ପତ୍ତି ନେଇନଥିଲେ।

Related story