Advertisment

ଜୁନ୍‌ରେ ଓଡ଼ିଶାରେ ହେବ ସ୍ୱାଭାବିକ ଠାରୁ ଅଧିକ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ଜୁନ୍ ମାସରେ ଓଡ଼ିଶାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏହି ପୂର୍ବାନୁମାନ କରିଛି। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଜୁନ୍ ମାସରେ ସମଗ୍ର ଦେଶରେ ବର୍ଷା ସ୍ୱାଭାବିକ ରହିବ। ବିଶେଷତଃ ପଶ୍ଚିମ ଭାରତ, ଉତ୍ତର-ପଶ୍ଚିମ ଭାରତ, କେନ୍ଦ୍ରୀୟ ଭାରତ ଓ ଦକ୍ଷିଣ ଭାରତର ଉତ୍ତର ଭାଗରେ ସ୍ୱାଭାବିକ ଓ ସ୍ୱାଭିବକ ଠାରୁ ଅଧିକ ବର୍ଷା ହୋଇପାରେ। ତେବେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ […]

ଅଦ୍ୟତନ ହୋଇଛି
ଜୁନ୍‌ରେ ଓଡ଼ିଶାରେ ହେବ ସ୍ୱାଭାବିକ ଠାରୁ ଅଧିକ ବର୍ଷା

Mrutunjaya Mohapatra

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ଜୁନ୍ ମାସରେ ଓଡ଼ିଶାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏହି ପୂର୍ବାନୁମାନ କରିଛି।

Advertisment

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଜୁନ୍ ମାସରେ ସମଗ୍ର ଦେଶରେ ବର୍ଷା ସ୍ୱାଭାବିକ ରହିବ। ବିଶେଷତଃ ପଶ୍ଚିମ ଭାରତ, ଉତ୍ତର-ପଶ୍ଚିମ ଭାରତ, କେନ୍ଦ୍ରୀୟ ଭାରତ ଓ ଦକ୍ଷିଣ ଭାରତର ଉତ୍ତର ଭାଗରେ ସ୍ୱାଭାବିକ ଓ ସ୍ୱାଭିବକ ଠାରୁ ଅଧିକ ବର୍ଷା ହୋଇପାରେ। ତେବେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହୋଇପାରେ। ସେହିପରି ତାମିଲନାଡ଼ୁ, କେରଳ ଓ କର୍ଣ୍ଣାଟକାର ଦକ୍ଷିଣ ଭାଗରେ ଜୁନ୍ ମାସରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାରେ ଜୁନ୍ ମାସରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଆଉ ଏହା ରାଜ୍ୟର ଚାଷୀଙ୍କ ପାଇଁ ଏକ ଖୁସି ଖବର।

ଅନ୍ୟପକ୍ଷରେ ପୂରା ମୌସୁମୀ ଋତୁରେ ଅର୍ଥାତ୍ ଜୁନ୍‌ରୁ ସେପ୍ଟେମ୍ବର ମାସ ମଧ୍ୟରେ ଓଡ଼ିଶାରେ କେତେ ବର୍ଷା ହେବ, ସେ ନେଇ ଏକ ମିଶ୍ରିତ ଆକଳନ କରାଯାଇଛି ବୋଲି କହିଛନ୍ତି ଆଇଏମ୍‌ଡି ଡିଜି। ସେ କହିଛନ୍ତି, ମୌସୁମୀ ଋତୁରେ ରାଜ୍ୟର କିଛି ଅଞ୍ଚଳରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଅଞ୍ଚଳରେ ସ୍ୱାଭାବିକ ବର୍ଷା ହେବ। କିନ୍ତୁ ଆଉ କିଛି ସ୍ଥାନରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହେବ। କେନ୍ଦ୍ର ଓ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଆଇଏମ୍‌ଡି ଡିଜି କହିଛନ୍ତି, ଜୁଲାଇ ମାସରେ ଓଡ଼ିଶାରେ କେତେ ବର୍ଷା ହେବ, ତା’ର ଆକଳନ ଜୁନ୍ ମାସ ଶେଷ ଆଡ଼କୁ କରାଯିବ। ସେହିପରି ଅଗଷ୍ଟ ମାସରେ କେତେ ବର୍ଷା ହେବ, ତା’ର ପୂର୍ବାନୁମାନ ଜୁଲାଇ ମାସ ଶେଷ ଆଡ଼କୁ କରାଯିବ।

କେବେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ?

ଚଳିତ ବର୍ଷ ସ୍ୱାଭାବିକ ସମୟର ତିନି ଦିନ ପୂର୍ବରୁ କେରଳ ଛୁଇଁଥିଲା ମୌସୁମୀ ବାୟୁ। ତେବେ ଏହା କେବେ ଓଡ଼ିଶାରେ ପହଞ୍ଚିବ, ସେ ନେଇ କିଛି ପୂର୍ବାନୁମାନ କରାଯାଇନାହିଁ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।

ସେ କହିଛନ୍ତି, ମୌସୁମୀ ବାୟୁ ସାଧାରଣତଃ ଓଡ଼ିଶାରେ ଜୁନ୍ ୧୦ରୁ ୧୨ ତାରିଖ ମଧ୍ୟରେ ପ୍ରବେଶ କରିଥାଏ। ଏଯାବତ୍ ମୌସୁମୀ ବାୟୁ କେରଳର ସମସ୍ତ ଅଞ୍ଚଳରେ ପହଞ୍ଚି ସାରିଥିବା ବେଳେ କର୍ଣ୍ଣାଟକାର କିଛି ଅଞ୍ଚଳ ଓ ତାମିଲନାଡୁର ଅଧିକାଂଶ ଅଞ୍ଚଳରେ ପ୍ରବେଶ କରି ସାରିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଏହା ଆସାମ, ମେଘାଳୟ, ନାଗାଲାଣ୍ଡ,ମଣିପୁର, ମିଜୋରାମ, ତ୍ରିପୁରା, ଅରୁଣାଚଳ ପ୍ରଦେଶ ଓ ସିକ୍କିମ ମଧ୍ୟରେ ପ୍ରବେଶ କରିବ। ସେହିପରି କର୍ଣ୍ଣାଟକର ଅଧିକାଂଶ ଅଂଶ ଓ ତାମିଲନାଡୁର ସଂପୂର୍ଣ୍ଣ ଭାଗକୁ ୨/୩ ଦିନ ମଧ୍ୟରେ ଏହା ଅଗ୍ରସର ହେବ। ତା’ପରେ ଯାଇ ମୌସୁମୀ ବାୟୁ ପୂର୍ବ ଓ କେନ୍ଦ୍ର ଭାରତରେ ପ୍ରବେଶ କରିବାକୁ ପାଗ ଅନୁକୂଳ ରହିବ। ଆମେ ସ୍ଥିତି ଉପରେ ଦୃଷ୍ଟି ରଖିଛୁ। ଯେତେବେଳେ ଓଡ଼ିଶା ପାଇଁ ମୌସୁମୀ ବାୟୁ ପ୍ରବେଶ କରିବାକୁ ଅନୁକୂଳ ସ୍ଥିତି ସୃଷ୍ଟି ହେବ, ତା’ପରେ ପୂର୍ବାନୁମାନ କରାଯିବ।

Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe