ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନା ସଂକ୍ରମିତ ଭାବେ ଚିହ୍ନଟ ହୋଇଛନ୍ତି। ଆଜି ତାଙ୍କର ନମୂନା ପରୀକ୍ଷା ରିପୋର୍ଟ ଆସିବା ପରେ ସେ କରୋନା ଆକ୍ରାନ୍ତ ହୋଇଥିବା ନିଜେ ଟ୍ୱିଟର ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ଏହାସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ ନିଜର କୋଭିଡ୍ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି। ଶ୍ରୀ ସାହୁ କହିଛନ୍ତି ଯେ, ସେ ଏବେ ସୁସ୍ଥ ଅଛନ୍ତି ଓ ଗୃହ ସଙ୍ଗରୋଧରେ ରହିଛନ୍ତି।
https://twitter.com/dr_arunsahoo/status/1300407588945760263?s=20
ସୂଚନାଯୋଗ୍ୟ, ଶ୍ରୀ ସାହୁ ପ୍ରଥମେ ଆଣ୍ଟିଜେନ୍ ଓ ପରେ ପିସିଆର ଟେଷ୍ଟ୍ ମାଧ୍ୟମରେ କରୋନା ସଂକ୍ରମିତ ହୋଇଥିବା ଜାଣିବାକୁ ପାଇଛନ୍ତି । ଶ୍ରୀ ସାହୁ ଗତ କିଛିଦିନ ଧରି ନିଜର ସମସ୍ତ କାର୍ଯ୍ୟ ନିଜ ସରକାରୀ ବାସଭବନରୁ କରୁଛନ୍ତି। ଆଜି ସକାଳେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ମଧ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଜେଲରୁ MA ପଢିବେ କୁଖ୍ୟାତ ମାଓନେତା ସବ୍ୟସାଚୀ ପଣ୍ଡା
ଜେଲ୍ ଭିତରେ ଅଧିକ ସମୟ ପାଠପଢାରେ କାଟୁଛନ୍ତି ମାଓନେତା ସବ୍ୟସାଚୀ ପଣ୍ଡା। ଓଡ଼ିଶା ଷ୍ଟେଟ୍ ଓପନ ୟୁନିଭର୍ସିଟିରୁ ପବ୍ଲିକ୍ ଆଡମିନିଷ୍ଟ୍ରେସନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବାକୁ ପଢୁଛନ୍ତି ପାଠ।
Miscellaneous
ଦିନଟିଏ ବଢ଼ିଲା କଟକ ବାଲିଯାତ୍ରା
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ କଟକ ବାଲିଯାତ୍ରାକୁ ଗୋଟିଏ ଦିନ ବୃଦ୍ଧି କରିଛନ୍ତି।
Sports
ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର
ରାଜ୍ୟବ୍ୟାପୀ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍।
Miscellaneous
ରାଜ୍ୟ ସୂଚନା କମିଶନ ଅଧ୍ୟକ୍ଷ ଓ ୪ ସଦସ୍ୟ ନିଯୁକ୍ତି ପାଇଁ ବିଜ୍ଞାପନ, କାର୍ଯ୍ୟରତ ୨ସଦସ୍ୟଙ୍କୁ ନେଇ ସସପେନ୍ସ
ରାଜ୍ୟ ସରକାର ଆଜି ମଙ୍ଗଳବାର ‘ରାଜ୍ୟ ସୂଚନା କମିଶନ’ରେ ୪ଟି କମିଶନର(ସଦସ୍ୟ) ପଦବୀ ପୂରଣ ନିମନ୍ତେ ବିଜ୍ଞାପନ ଜାରି କରିଛନ୍ତି । ଯୋଗ୍ୟ ପ୍ରାର୍ଥୀମାନେ ଡିସେମ୍ବର ୨୪ତାରିଖ ସୁଦ୍ଧା ଆବେଦନ କରିବାକୁ କୁହାଯାଇଛି ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।