ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ବଜେଟ ଅଧିବେଶନ ପାଇଁ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର। ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ହେବ RT-PCR ଟେଷ୍ଟ। ବିଧାୟକ, ସେମାନଙ୍କ ସୁରକ୍ଷା କର୍ମୀ ଓ ଡ୍ରାଇଭରଙ୍କ ଟେଷ୍ଟ ହେବ। ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ବିଧାନସଭା ପରିସରରେ ହେବ କରୋନା ଟେଷ୍ଟ। ଅଧିବେଶନ ସରିଲା ପରେ ମଧ୍ୟ ସମସ୍ତଙ୍କର RT-PCR ଟେଷ୍ଟ ହେବ। ଅଧିବେଶନ ଚାଲିବା ବେଳେ କେହି ସଦସ୍ୟ ଅସୁସ୍ଥ ହେଲେ, ଟେଷ୍ଟ କରିବେ। ବିଧାନସଭା ସଚିବାଳୟ କର୍ମଚାରୀ ଓ CMO ଷ୍ଟାଫ୍ଙ୍କର ମଧ୍ୟ ଟେଷ୍ଟ ହେବ।
ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ସବୁ ବିଧାୟକମାନଙ୍କର ହୋଇଥିଲା କରୋନା ଟେଷ୍ଟ୍। ସ୍ୱତନ୍ତ୍ର କ୍ୟାମ୍ପ କରାଯାଇ ବିଧାୟକଙ୍କ କରୋନା ଟେଷ୍ଟ୍ କରାଯାଇଥିଲା। ବିଧାୟକଙ୍କ ସହିତ ସେମାନଙ୍କ ବ୍ୟକ୍ତିଗତ ସୁରକ୍ଷା କର୍ମୀ ଓ ଡ୍ରାଇଭରଙ୍କର ମଧ୍ୟ RT-PCR ଟେଷ୍ଟ୍ କରାଯାଇଥିଲା। ଟେଷ୍ଟ ରିପୋଟ୍ରେ କେତେକ ବିଧାୟକ ଓ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଦେଖିବାକୁ ମିଳିଥିଲା। ଯେଉଁ ବିଧାୟକମାନେ କରୋନାରେ ଆକ୍ରାନ୍ତ ହୋଇଥିଲେ, ସେମାନେ ଭିଡିଓ କନ୍ଫରେନ୍ସିଂରେ ରହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।