ନୂଆଦିଲ୍ଲୀ/ଭୁବନେଶ୍ୱର ( ଓଡ଼ିଶା ରିପୋର୍ଟର): ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର ଦିବସ ସମାରୋହରେ ଏଥର ପୁଣି ଦେଖିବାକୁ ମିଳିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଏଥିପାଇଁ ଅନୁମତି ମିଳିବା ସହ ଅଂଶଗ୍ରହଣ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ଚିଠି ଆସିଛି । ଏଥର ମୋଟ୍ ୧୬ଟି ରାଜ୍ୟକୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ପାଇଁ ଅନୁମତି ମିଳିଥିବାବେଳେ ୧୧ ନମ୍ବର ସ୍ଥାନରେ ରହିଛି ଓଡ଼ିଶା ।
ଏଥର ପ୍ରଜ୍ଞାପନ ମେଢରେ ଦେଖିବାକୁ ମିଳିବ ଓଡ଼ିଶା ସ୍ଥାପତ୍ୟର ଅନ୍ୟତମ ନିଦର୍ଶନ ପ୍ରଭୁ ଲିଙ୍ଗରାଜ ମନ୍ଦିର ଓ ଠାକୁରଙ୍କ ସହ ଗଭୀର ସଂପର୍କ ରଖୁଥିବା ରୁକୁଣା ରଥର ପ୍ରତିକୃତି । ଏହି ରଥ ଉପରେ ୮ ଜଣ ନୃତ୍ୟଶିଳ୍ପୀ ଓଡ଼ିଶୀ ଛନ୍ଦରେ ଓ ମେଢ଼ ଚାରିପାଖେ ୨୦ଜଣ ଶିଳ୍ପୀ ଓଡ଼ିଶୀ ନୃତ୍ୟ ପରିବେଷଣ କରିବେ।
ଏହି ମେଢ଼ର ପରିକଳ୍ପନା କରିଛନ୍ତି ବିଶିଷ୍ଟ ଚିତ୍ରଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁ । ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ୧୫ଟି ଡିଜାଇନ୍ ପଠାଯାଇଥିଲା । ସେଥି ମଧ୍ୟରୁ ଗଜେନ୍ଦ୍ରଙ୍କ ଡିଜାଇନ୍ ଯୋଗ୍ୟ ବିବେଚିତ ହୋଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଚାଷୀଙ୍କ ଫସଲ କ୍ଷୟକ୍ଷତି ପାଇଁ ପ୍ରଶାସନିକ କଳକୁ ଦୋଷ ଦେଲେ ନବୀନ, ରାଜନୀତି ବି କଲେ
ବର୍ଷା ନେଇ ଚାଷୀଙ୍କୁ ଆଗୁଆ ସଚେତନ କରାଯାଇନଥିଲା ବୋଲି ଆଜି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅଭିଯୋଗ କରିଛନ୍ତି ନବୀନ। ‘ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା’ ଦାବି ପ୍ରସଙ୍ଗ ଉଠାଇ ବି କଲେ ରାଜନୀତି।
Politics
ନୂଆବର୍ଷରେ ବିଜେପି-କଂଗ୍ରେସକୁ ମିଳିବେ ନୂଆ ମୁଖିଆ! ନବୀନ ବାଛିପାରନ୍ତି ନୂଆ ସେନାପତି
ବିଜେପିର ସାଂଗଠନିକ ପର୍ବ ଶେଷ ପର୍ଯ୍ୟାୟରେ। ସେପଟେ ପିସିସି ସଭାପତି ପାଇଁ ଦିଲ୍ଲୀ ହାଇକମାଣ୍ଡଙ୍କ ନିଷ୍ପତ୍ତି ଅପେକ୍ଷାରେ କଂଗ୍ରେସ। ନୂଆ କ୍ରାଇସିସ୍ ମ୍ୟାନେଜରଙ୍କୁ ଦାୟିତ୍ୱ ଦେଇପାରନ୍ତି ନବୀନ।
Miscellaneous
ପ୍ରବାସୀ ଭାରତୀୟ ଦେଖିବେ ଓଡ଼ିଶା କଳା ଓ ସଂସ୍କୃତିର ଝଲକ
ଭୁବନେଶ୍ୱର ଜନତା ମୈଦାନରେ ମଇଦାନରେ ୮ରୁ ୧୦ ଯାଏଁ ଚାଲିବ ପ୍ରବାସୀ ଭାରତୀୟ ଦିବସ। ଏହି ମେଗା ସମ୍ମିଳନୀରେ ୭୦ରୁ ଅଧିକ ଦେଶରୁ ପ୍ରାୟ ୭ ହଜାର ଭରତୀୟ ବଂଶୋଦ୍ଭବ ଓ ପ୍ରବାସୀ ଭାରତୀୟ ଯୋଗଦେବେ।
Accident
ଅଟୋ-ବାଇକ୍ ପିଟାପିଟି; ଜଣେ ମୃତ, ୫ ମେଡ଼ିକାଲ୍ରେ
ତେନ୍ତୁଳିଖୁଣ୍ଟି ଥାନା କଣ୍ଟାଗାଁ ଗାଁର ଅଭିମନ୍ୟୁ ମାଝୀଙ୍କ ପରିବାର ଲୋକ ଏକ ଅଟୋରେ ନବରଙ୍ଗପୁର କୋର୍ଟକୁ ଯାଇଥିଲେ। କୋର୍ଟରେ କାମ ସାରିବା ପରେ ସେହି ଅଟୋରେ ସେମାନେ ନିଜ ଗାଁକୁ ଫେରୁଥିଲେ।
Accident
ଗୋଟେ ପରେ ଗୋଟେ ୩ଟି ଗଛରେ ପିଟିହେଲା ଦ୍ରୁତଗାମୀ କାର୍
ଦୁର୍ଘଟଣା ନେଇ ସ୍ଥାନୀୟ ଲୋକ ଲହୁଣିପଡ଼ା ଥାନାକୁ ଖବର ଦେଇଥିଲା। ଅଗ୍ନିଶମ କର୍ମଚାରୀଙ୍କ ସହ ପୁଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲେ। କାର ଭିତରେ ଫସିଥିବା ଦେବାଶିଷଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ମେଡ଼ିକାଲ୍ରେ ଭର୍ତ୍ତି କରିଥିଲେ।