ଏଥର ଗଣତନ୍ତ୍ର ଦିବସ ସମାରୋହରେ ଶୋଭା ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ/ଭୁବନେଶ୍ୱର ( ଓଡ଼ିଶା ରିପୋର୍ଟର): ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର ଦିବସ ସମାରୋହରେ ଏଥର ପୁଣି ଦେଖିବାକୁ ମିଳିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଏଥିପାଇଁ ଅନୁମତି ମିଳିବା ସହ ଅଂଶଗ୍ରହଣ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ଚିଠି ଆସିଛି  । ଏଥର ମୋଟ୍ ୧୬ଟି ରାଜ୍ୟକୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ପାଇଁ ଅନୁମତି ମିଳିଥିବାବେଳେ ୧୧ ନମ୍ବର ସ୍ଥାନରେ ରହିଛି ଓଡ଼ିଶା । ଏଥର ପ୍ରଜ୍ଞାପନ ମେଢରେ […]

medha-1-1

Niharika Rout
  • Published: Wednesday, 25 December 2019
  • , Updated: 25 December 2019, 08:24 AM IST

ନୂଆଦିଲ୍ଲୀ/ଭୁବନେଶ୍ୱର ( ଓଡ଼ିଶା ରିପୋର୍ଟର): ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର ଦିବସ ସମାରୋହରେ ଏଥର ପୁଣି ଦେଖିବାକୁ ମିଳିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଏଥିପାଇଁ ଅନୁମତି ମିଳିବା ସହ ଅଂଶଗ୍ରହଣ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ଚିଠି ଆସିଛି  । ଏଥର ମୋଟ୍ ୧୬ଟି ରାଜ୍ୟକୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ପାଇଁ ଅନୁମତି ମିଳିଥିବାବେଳେ ୧୧ ନମ୍ବର ସ୍ଥାନରେ ରହିଛି ଓଡ଼ିଶା ।

ଏଥର ପ୍ରଜ୍ଞାପନ ମେଢରେ ଦେଖିବାକୁ ମିଳିବ ଓଡ଼ିଶା ସ୍ଥାପତ୍ୟର ଅନ୍ୟତମ ନିଦର୍ଶନ ପ୍ରଭୁ ଲିଙ୍ଗରାଜ ମନ୍ଦିର ଓ ଠାକୁରଙ୍କ ସହ ଗଭୀର ସଂପର୍କ ରଖୁଥିବା ରୁକୁଣା ରଥର ପ୍ରତିକୃତି । ଏହି ରଥ ଉପରେ ୮ ଜଣ ନୃତ୍ୟଶିଳ୍ପୀ ଓଡ଼ିଶୀ ଛନ୍ଦରେ ଓ ମେଢ଼ ଚାରିପାଖେ ୨୦ଜଣ ଶିଳ୍ପୀ ଓଡ଼ିଶୀ ନୃତ୍ୟ ପରିବେଷଣ କରିବେ।

ଏହି ମେଢ଼ର ପରିକଳ୍ପନା କରିଛନ୍ତି ବିଶିଷ୍ଟ ଚିତ୍ରଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁ । ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ୧୫ଟି ଡିଜାଇନ୍ ପଠାଯାଇଥିଲା । ସେଥି ମଧ୍ୟରୁ ଗଜେନ୍ଦ୍ରଙ୍କ ଡିଜାଇନ୍ ଯୋଗ୍ୟ ବିବେଚିତ ହୋଇଛି ।

Related story