ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ବାଲେଶ୍ୱର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି।
ରାଜ୍ୟରେ ଏଯାବତ୍ ୩୪ ହଜାର ୧୩୩ RT PCR ଟେଷ୍ଟ ହୋଇସାରିଛି। ସେଥିମଧ୍ୟରୁ ୧୪୩ଟି ପଜିଟିଭ୍ କେସ୍ ଆସିଥିବା ବେଳେ ୧୦୧ ଜଣଙ୍କ ଚିକିତ୍ସା ଚାଲିଛି ଓ ୪୧ ଜଣ ସୁସ୍ଥ ହୋଇସାରିଲେଣି। ଜଣଙ୍କର ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ରେ ଏହି ସୂଚନା ଦିଆଯାଇଛି।
ଗତକାଲି ଗୋଟିଏ ଦିନରେ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନେ ସମସ୍ତେ ଯାଜପୁର କଟିକଟା ଅଞ୍ଚଳର ହୋଇଥିବା ବେଳେ ସମସ୍ତଙ୍କର କୋଲକତା ଲିଙ୍କ୍ ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।