Advertisment

ଆସୁଛି ଆଉଏକ ଲଘୁଚାପ! ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ SRC

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗରରେ ଆସନ୍ତା ୩୦ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି। ତେଣୁ ସମ୍ଭାବ୍ୟ ଲଘୁଚାପ ନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖିଛନ୍ତି। ଚିଠିରେ ଏସଆରସି କହିଛନ୍ତି ଯେ ଲଘୁଚାପ ଯୋଗୁଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେଣୁ ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ […]

author-image
Ranjit Kumar Jena
ଆସୁଛି ଆଉଏକ ଲଘୁଚାପ! ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ SRC

rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗରରେ ଆସନ୍ତା ୩୦ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି। ତେଣୁ ସମ୍ଭାବ୍ୟ ଲଘୁଚାପ ନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖିଛନ୍ତି।

Advertisment

ଚିଠିରେ ଏସଆରସି କହିଛନ୍ତି ଯେ ଲଘୁଚାପ ଯୋଗୁଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେଣୁ ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସଆରସି ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଉପକୂଳ ସହ ୬ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲେ ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୨ ତାରିଖ ପୂର୍ବରୁ ସମୁଦ୍ରରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।

ବାତ୍ୟା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ୨ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇପାରେ। ଏହି ଅବପାତ ପ୍ରଭାବରେ ଡିସେମ୍ବର ୩ରୁ ଓଡିଶା ଉପକୂଳରେ ବର୍ଷା ଆରମ୍ଭ ହୋଇପାରେ। ଏପରିକି ଦୁଇ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ବର୍ଷା ହେବା ସମ୍ଭାବନା ରହିଛି ତାହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ପଷ୍ଟ ହେବ। ଏବେ ଧାନ ପାଚି ଅମଳ ସମୟ ହୋଇଥିବାରୁ ଏହି ବର୍ଷା ଚାଷୀ ଓ ଚାଷ କାର୍ଯ୍ୟ ପାଇଁ ଘାତକ ହେବ ବୋଲି ଆଶଙ୍କା କରାଯାଉଛି।

Advertisment