ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଟିଭିକୁ ମିଳିଛି ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ମିଡିଆ ସମ୍ମାନ ୨୦୧୯ । ଇଲେକ୍ଟ୍ରୋନିକ ମିଡିଆ ଓଡ଼ିଆ ଟିଭି ବର୍ଗରେ ଓଟିଭିକୁ ଏହି ସମ୍ମାନ ମିଳିଛି। ନୂଆଦିଲ୍ଲୀରେ ନ୍ୟାସନାଲ ମିଡିଆ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡ଼େକରଙ୍କ ନିକଟରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି ଓଟିଭି ନେଟ୍ୱର୍କର ଡିଜିଏମ୍ ସତ୍ୟଜିତ୍ ରୟ।
ଗତ ଜୁନ ୨୧ରେ ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ଭୁବନେଶ୍ୱରରେ ଓଟିଭି ପକ୍ଷରୁ ଯୋଗ ଦିବସ ପାଳିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ବିସ୍ତୃତ ଭାବେ ପ୍ରସାରିତ କରାଯାଇଥିଲା। ଏଥିରେ ଯୋଗଗୁରୁମାନେ ଓଟିଭି ଷ୍ଟୁଡିଓରେ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କୁ ଯୋଗାସନ ଶିଖାଇବା ସହ ଏହାର ଉପାଦେୟତା ସମ୍ପର୍କରେ ବର୍ଣ୍ଣନା କରିଥିଲେ। ସେହିଭଳି ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳନ କରିବାର ସିଧା ପ୍ରସାରଣ ମଧ୍ୟ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।