ମେୟର ଓ ପୌରାଧ୍ୟକ୍ଷ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ: ବିଜ୍ଞପ୍ତି ଜାରି, ମତାମତ ଲୋଡ଼ିଲେ ସରକାର

;

Election

Election

Ordigital Desk
  • Published: Friday, 13 August 2021
  • Updated: 13 August 2021, 10:05 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୀର୍ଘ ୩ ବର୍ଷରୁ ଅଧିକ ସମୟ ଧରି ପୌର ନିର୍ବାଚନକୁ ଅଟକାଇ ରଖିଥିବା ରାଜ୍ୟ ସରକାର ଶେଷରେ ପୌର ନିର୍ବାଚନ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ପୌର ନିର୍ବାଚନ ବିଳମ୍ବକୁ ନେଇ ଗତକାଲି ହାଇକୋର୍ଟରେ ବିଜେପି ପକ୍ଷରୁ ୩ଟି ପିଟିସନ ଦାଖଲ ହେବାପରେ ଗତକାଲି ସନ୍ଧ୍ୟାରେ ଓଡ଼ିଶା ପୌରପାଳିକା ଅଧିନିୟମର ପୁନଃ ସଂଶୋଧନ ପାଇଁ ଚିଠା ଆଇନର ବିଜ୍ଞପ୍ତି ପ୍ରକାଶ ପାଇଛି। ମହାନଗର ନିଗମ ମେୟର, ପୌରାଞ୍ଚଳ ଓ ବିଜ୍ଞାପିତ ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ଏଣିକି ପ୍ରତ୍ୟକ୍ଷ ନିର୍ବାଚନ ହେବ। ଏମାନେ ଭୋଟରଙ୍କ ଦ୍ୱାରା ନିର୍ବାଚିତ ହେବେ।

ୱାର୍ଡ ସୀମା ନିର୍ଦ୍ଧାରଣ, ସ୍ଥାନ ସଂରକ୍ଷଣ ଓ ନିର୍ବାଚନ ପରିଚାଳନାକୁ ନେଇ ଏହି ସଂଶୋଧିତ ଆଇନ ଜାରି କରି ସରକାର ଆଜିଠୁ ୩୦ ଦିନ ମଧ୍ୟରେ ଆପତ୍ତି ଓ ଅଭିଯୋଗ ଆହ୍ୱାନ କରିଛନ୍ତି। ଏହି ବିଜ୍ଞପ୍ତି ଅନୁସାରେ ରାଜ୍ୟ ସରକାର ଓଡ଼ିଶା ପୌରପାଳିକା ନିୟମାବଳୀ-୧୯୯୪ର ଅଧ୍ୟାୟ ୩ରେ ସଂଶୋଧନ କରିଛନ୍ତି। ପୌରାଂଚଳ ଓ ବିଜ୍ଞପିତ ପରିଷଦର ଅଧ୍ୟକ୍ଷ ଏଣିକି ସିଧାସଳଖ ଭୋଟରଙ୍କ ଦ୍ୱାରା ନିର୍ବାଚିତ ହେବେ। ଏଥିପାଇଁ ନିର୍ବାଚନ ସମୟରେ କାଉନସିଲର ଓ ଅଧ୍ୟକ୍ଷ ପଦବୀ ପାଇଁ ଦୁଇଟି ସ୍ୱତନ୍ତ୍ର ଭିନ୍ନ ରଙ୍ଗର ବାଲାଟ୍ ପେପର ରହିବ। ପୌରାଂଚଳର ଜନସଂଖ୍ୟା ଆଧାରରେ ଅଧ୍ୟକ୍ଷ ପଦବୀ କେଉଁ ବର୍ଗର ହେବେ ତାହା ସ୍ଥିର ହେବ। ଅଧ୍ୟକ୍ଷ ନିର୍ବାଚନ ପାଇଁ ଗୋଟିଏ ଓ ୱାର୍ଡର କାଉନସିଲର ନିର୍ବାଚନ ପାଇଁ ଅନ୍ୟ ଗୋଟିଏ, ଏହିପରି ଦୁଇଟି ଭିନ୍ନ ଭିନ୍ନ ଭୋଟବାକ୍ସ ପ୍ରତି ଭୋଟଗ୍ରହଣ କେନ୍ଦ୍ରରେ ରହିବ। ନିର୍ବାଚନ ଲଢ଼ୁଥିବା ସମସ୍ତ ପ୍ରାର୍ଥୀଙ୍କ ନିମନ୍ତେ ସାଧାରଣ ଭାବେ ଏହା ବ୍ୟବହାର କରାଯିବ। ନିର୍ବାଚନ ଅଧିକାରୀ ପ୍ରତି ଭୋଟଗ୍ରହଣ କେନ୍ଦ୍ରରେ ଆବଶ୍ୟକତା ଅନୁସାରେ ପର୍ଯ୍ୟାପ୍ତ ସଂଖ୍ୟକ ଭୋଟବାକ୍ସ ଯୋଗାଇ ଦେବେ। ଏହି ଭୋଟ ବାକ୍ସଗୁଡ଼ିକର ଆକାର ଓ ପ୍ରକାର ମଧ୍ୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଅନୁମୋଦିତ ହେବା ଆବଶ୍ୟକ।

ଏହି ସଂଶୋଧିତ ଚିଠା ଆଇନ ଓଡ଼ିଶା ଗେଜେଟରେ ପ୍ରକାଶ ପାଇବାର ୩୦ଦିନ ମଧ୍ୟରେ ଯେକୌଣସି ନାଗରିକ ନିଜର ଆପତ୍ତି ଅଭିଯୋଗକୁ ବିଭାଗୀୟ ସଚିବଙ୍କ ନିକଟରେ ଦାଖଲ କରିପାରିବେ ।
ସୂଚନାଯୋଗ୍ୟ, ରାଜ୍ୟ ସରକାର ଏବେ ପଂଚାୟତ ନିର୍ବାଚନ ପାଇଁ ସଜବାଜ ହେଉଥିବାବେଳେ ହାଇକୋର୍ଟରେ ବିଜେପି ପକ୍ଷରୁ ପିଟିସନ ଦାଖଲ ପରେ ଏହି ଚିଠା ଆଇନକୁ ଜାରି କରିଛନ୍ତି । ଏହି ସଂଶୋଧିତ ଚିଠା ଆଇନ ଉପରେ ଆପତ୍ତି ଅଭିଯୋଗ ମିଳିବା ପରେ ସରକାର ୱାର୍ଡ ସୀମା ନିର୍ଦ୍ଧାରଣ ଓ ସ୍ଥାନ ସଂରକ୍ଷଣ ଆଦି ପ୍ରକ୍ରିୟା ଆରମ୍ଭ କରିବେ । ତେବେ ନିର୍ବାଚନରେ ଓବିସି ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ କରିବାକୁ ବିଜେଡି ସରକାର ଚାହୁଁଥିବାବେଳେ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ନକରିବାକୁ କୋର୍ଟ ଦେଇଥିବା ନିର୍ଦ୍ଦେଶ ହିଁ ସରକାରଙ୍କୁ ଅଡ଼ୁଆରେ ପକାଇଛି । ଯେଉଁଥିପାଇଁ ପୌର ନିର୍ବାଚନ ପ୍ରକ୍ରିୟା ବିଳମ୍ବ ହେବାରେ ଲାଗିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story