Advertisment

୨୦୩୦ ସୁଦ୍ଧା ଓଡ଼ିଶା ହେବ ଦେଶର ଇସ୍ପାତ ହବ୍: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୩୦ ସୁଦ୍ଧା ରାଜ୍ୟରେ ଇସ୍ପାତ ଉତ୍ପାଦନ ୧୦୦ ମିଲିଅନ ଟନରେ ପହଞ୍ଚିବ। ଏଥିପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଇଛନ୍ତି, ଯାହାଦ୍ୱାରା କି ରାଜ୍ୟରେ ପୁଞ୍ଜି ବିନିଯୋଗ ବଢିଛି। କୋଭିଡ ସତ୍ତ୍ୱେ ଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟରେ ପୁଞ୍ଜି ବିନିଯୋଗ ୪.୪୧ ଲକ୍ଷକୁ ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ସରକାର ଓଡ଼ିଶାରେ ୧ ଲକ୍ଷ ୪୭ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ଏଥିରେ ମୁଖ୍ୟତଃ ଇସ୍ପାତ ଶିଳ୍ପ […]

ଅଦ୍ୟତନ ହୋଇଛି
ବିରୋଧ ସତ୍ତ୍ୱେ ୧୩ରେ ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ

Naveen Patnaik

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୩୦ ସୁଦ୍ଧା ରାଜ୍ୟରେ ଇସ୍ପାତ ଉତ୍ପାଦନ ୧୦୦ ମିଲିଅନ ଟନରେ ପହଞ୍ଚିବ। ଏଥିପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଇଛନ୍ତି, ଯାହାଦ୍ୱାରା କି ରାଜ୍ୟରେ ପୁଞ୍ଜି ବିନିଯୋଗ ବଢିଛି। କୋଭିଡ ସତ୍ତ୍ୱେ ଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟରେ ପୁଞ୍ଜି ବିନିଯୋଗ ୪.୪୧ ଲକ୍ଷକୁ ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ସରକାର ଓଡ଼ିଶାରେ ୧ ଲକ୍ଷ ୪୭ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ଏଥିରେ ମୁଖ୍ୟତଃ ଇସ୍ପାତ ଶିଳ୍ପ ହିଁ ରହିଛି। ଏହି ପ୍ରକଳ୍ପ ମଧ୍ୟରେ ୧୧ ହଜାର କୋଟି ଟଙ୍କାର ଢେଙ୍କାନାଳ ରୁଙ୍ଗଟା ମାଇନ୍ସ ଲିମିଟେଡର ସମନ୍ୱିତ ଇସ୍ପାତ ପ୍ରକଳ୍ପ ଅନ୍ତର୍ଭୁକ୍ତ। ଏହି ପ୍ରକଳ୍ପରୁ ବର୍ତ୍ତମାନ ୩ ମିଲିଅନ ଟନ୍ ଇସ୍ପାତ ଉତ୍ପାଦନ ହେଉଥିବା ବେଳେ ବର୍ତ୍ତମାନ ଏଥିରୁ ୭.୫୫ ମିଲିଅନ ଟନ୍ ଇସ୍ପାତ ଉତ୍ପାଦିତ ହେବ। ଏହି ସଂପ୍ରସାରିତ ପ୍ରକଳ୍ପ ଏବେ ଢେଙ୍କାନାଳ ଜିଲ୍ଲାରେ ଖୁସି ଆଣିଛି। ଏହି ଅବସରରେ ଢେଙ୍କାନାଳ ଜିଲ୍ଲାର ଲୋକପ୍ରତିନିଧି ମାନଙ୍କୁ ଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକମାନେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Advertisment

ଢେଙ୍କାନାଳଜିଲ୍ଲାବାସୀଙ୍କ ଧନ୍ୟବାଦର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଢେଙ୍କାନାଳ ଜିଲ୍ଲା ପ୍ରଭୁ ଚନ୍ଦ୍ରଶେଖରଙ୍କ ପୀଠ ତଥା ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ପାଇଁ ପ୍ରସିଦ୍ଧ। ଢେଙ୍କାନାଳର ଖଣିଜ ସଂପଦର ବିନିଯୋଗ କରି ଏହାକୁ ଏକ ଶିଳ୍ପ ସମୃଦ୍ଧ ଜିଲ୍ଲା ଭାବରେ ଗଢ଼ିତୋଳିବା ତାଙ୍କର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏ ଦିଗରେ ଏହି ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୦ ମସିହାରେ ସେ ଶାସନ ଦାୟିତ୍ୱ ନେବାବେଳେ ରାଜ୍ୟରେ ମାତ୍ର ୨ ମିଲିଅନ ଟନ୍ ଇସ୍ପାତ ଉତ୍ପାଦିତ ହୋଇଥିବା ବେଳେ ବର୍ତ୍ତମାନ ଏହା ୩୦ ମିଲିଅନ ଟନରେ ପହଞ୍ଚିପାରିଛି। ଇସ୍ପାତ କାରଖାନା ଯୋଗୁ ହିଁ ଆମେ ଆଜି ଦେଶର ୧୭ଟି ରାଜ୍ୟକୁ କୋଭିଡର ଦ୍ୱିତୀୟ ଲହର ସମୟରେ ଅକ୍ସିଜେନ ଯୋଗାଇ ବହୁ ଜୀବନ ରକ୍ଷା କରିପାରିଛୁ। ତେଣୁ ସରକାରଙ୍କ ବିଭିନ୍ନ ପ୍ରକଳ୍ପ ଯେପରି ଠିକ୍ ସମୟରେ ଶେଷ ହେବ, ସେଥିପାଇଁ ଲୋକପ୍ରତିନିଧି ମାନଙ୍କ ଠାରୁ ଆରମ୍ଭ କରି ସାଧାରଣ ଜନସାଧାରଣ ସମସ୍ତଙ୍କ ସହଯୋଗ ରହିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଢେଙ୍କାନାଳ ଜିଲ୍ଲାରେ ବର୍ତ୍ତମାନ ଚାଲିଥିବା ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଏହାଦ୍ୱାରା ଜିଲ୍ଲାର ୮ଟି ବ୍ଲକ ଓ ସବୁ ସହରାଞ୍ଚଳରେ ଘରେ ଘରେ ପାଇପ ପାଣି ସୁବିଧାରେ ମିଳିପାରିବ। ଜିଲ୍ଲାରେ ଲୋକମାନଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାପାଇଁ ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୩୦୦ ଶଯ୍ୟା ବିଶିଷ୍ଟ କରିବା ପାଇଁ ପଦକ୍ଷେପ ନିଆଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Advertisment

ଏହି କାର୍ଯ୍ୟକ୍ରମରେ ଭାଗ ନେଇ ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ଢେଙ୍କାନାଳ ଜିଲ୍ଲାର ବିକାଶ କ୍ଷେତ୍ରରେ ଏହି ପ୍ରକଳ୍ପ ଏକ ମାଇଲ ଖୁଣ୍ଟ ହେବ। ଢେଙ୍କାନାଳ ଜିଲ୍ଲାକୁ ଶିଳ୍ପ ସମୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କର ଉଦ୍ୟମକୁ ମନ୍ତ୍ରୀ ଶ୍ରୀ ମଲ୍ଲିକ ସ୍ୱାଗତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ଶ୍ରୀ ମହେଶ ସାହୁ, ବିଧାୟକ ସୁଧୀର ସାମଲ, ଡା. ନୃସିଂହ ସାହୁ, ହିନ୍ଦୋଳ, ଓଡାପଡା ବ୍ଲକ୍ ଅଧ୍ୟକ୍ଷ, ପ୍ରକଳ୍ପ ଅଞ୍ଚଳର ଲୋକପ୍ରତିନିଧି ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଜିଲ୍ଲାର ଆର୍ଥିକ ବିକାଶରେ ଏହି ପ୍ରକଳ୍ପ ବିଶେଷ ସହାୟକ ହେବା ସହ ଯୁବ ସମାଜ ପାଇଁ ରୋଜଗାରର ସୁଯୋଗ ସୃଷ୍ଟି କରିବ ବୋଲି ଆଶା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମ ସଂଚାଳନ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ କହିଥିଲେ ଯେ ୨୦ ବର୍ଷ ତଳେ ଓଡିଶା ବିଭିନ୍ନ କ୍ଷେତ୍ରରେ ଅନ୍ୟ ରାଜ୍ୟର ସହଯୋଗ ଉପରେ ନିର୍ଭର କରୁଥିବା ବେଳେ ଆଜି ଓଡ଼ିଶା ଅନ୍ୟ ରାଜ୍ୟକୁ ସହଯୋଗର ହାତ ବଢ଼ାଇବ ସହ ବିକାଶର ଛବିକୁ ଅଧିକ ଉଜ୍ଜ୍ୱଳ କରିପାରିଛି।

Naveen Patnaik Odisha News
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe