ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ପାଇଁ ଆଉ ଏକ ଲଜ୍ଜା। ଖୋଲାରେ ମଳତ୍ୟାଗ ମୁକ୍ତ ରାଜ୍ୟ ତାଲିକାରେ ଦେଶରେ ତଳ ଆଡ଼ୁ ଦ୍ୱିତୀୟ ସ୍ଥାନରେ ରହିଛି ଓଡ଼ିଶା। ଅର୍ଥନୈତିକ ସର୍ଭେ ରିପୋର୍ଟ ଅନୁସାରେ ଗୋଆ ତାଲିକାର ତଳଆଡ଼ୁ ପ୍ରଥମ ସ୍ଥାନରେ ଥିବା ବେଳେ ତା’ଉପରକୁ ରହିଛି ଓଡ଼ିଶା ଗୋଆରେ ମାତ୍ର ୫. ୮୪ ପ୍ରତିଶତ ଲୋକ ଶୌଚାଳୟ ବ୍ୟବହାର କରୁଥିବା ବେଳେ ଓଡ଼ିଶାରେ ଏହା ୪୫.୩୬ ପ୍ରତିଶତ ।
ଦେଶର ବହୁ ରାଜ୍ୟ ଖୋଲାରେ ମଳତ୍ୟାଗ ମୁକ୍ତ ଭାବେ ପୂର୍ଣ୍ଣ ସଫଳତା ପାଇଥିବା ବେଳେ, ଓଡ଼ିଶା ପଡ଼ୋଶୀ ରାଜ୍ୟମାନଙ୍କଠୁ ବହୁ ପଛରେ ପଡିଛି। ଏହା ରାଜ୍ୟରେ ସ୍ୱଚ୍ଛ ଭାରତ ମିଶନର କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅନ୍ୟପକ୍ଷରେ ବିଚାରଧୀନ ଅପରାଧ ମାମଲା କ୍ଷେଚ୍ରରେ ଓଡ଼ିଶା ଶୀର୍ଷରେ ରହିଛି।
ତାଲିକାରେ ବିହାର, ପଶ୍ଚିମବଙ୍ଗ ଓ ଉତ୍ତରପ୍ରଦେଶ ଓଡ଼ିଶା ପଛକୁ ରହିଛନ୍ତି। ମାମଲା ଫଇସଲାରେ ବିଳମ୍ବ କ୍ଷେତ୍ରରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି । ବିହାର ପରେ ଗୁଜରାଟ ମାମଲା ସମାଧାନ ଲାଗି ଅଧିକ ସମୟ ଲାଗୁଥିବା ବେଳେ ଓଡ଼ିଶା ଦୁଇ ରାଜ୍ୟଙ୍କ ପରେ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।