ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତମାସ ୧୮ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ବଜେଟ୍ ଅଧିବେଶନ ୨ଟି ପର୍ଯ୍ୟାୟରେ ମୋଟ୍ ୩୧ଦିନ ପାଇଁ ବସିବ। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଫେବୃୟାରୀ ୨୨ତାରିଖରେ ବାର୍ଷିକ ବଜେଟ୍ ଉପସ୍ଥାପନ ହେବ।
ବିଧାନସଭା ସଚିବାଳୟ ପକ୍ଷରୁ ଜାରି ନୋଟିସ୍ ଅନୁସାରେ, ବିଧାନସଭାର ବଜେଟ୍ ଅଧିବେଶନ ୧୮ତାରିଖରୁ ଆରମ୍ଭ ହେବ। ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଅଭିଭାଷଣ ରଖିବେ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃୟାରୀ ୧୮ରୁ ୨୭ତାରିଖ ପର୍ଯ୍ୟନ୍ତ ୯ଦିନ ପାଇଁ ବସିବ। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୨ରୁ ଏପ୍ରିଲ ୯ତାରିଖ ପର୍ଯ୍ୟନ୍ତ ବସିବ। ଦ୍ୱିତୀୟ ପର୍ଯ୍ୟାୟରେ ୨୨ଦିନ ବସିବ। ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍ ଫେବୃୟାରୀ ୨୨ତାରିଖ ସୋମବାର ଉପସ୍ଥାପନ ହେବ। ମାର୍ଚ୍ଚ ୩୧ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ ହେବ। ଚଳିତ ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟ ଦିବସ ଥିବାବେଳେ ସେଥିରେ ୪ଟି ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।