Advertisment

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟାଳୟ ସିଲ୍

ଭୁବନେଶ୍ୱର (ଓଡିଶା ରିପୋର୍ଟର): ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପଳାସପଲ୍ଲୀସ୍ଥିତ କାର୍ଯ୍ୟାଳୟ ସିଲ୍ କରାଯାଇଛି। ଏହାକୁ ୧୫ ଦିନ ପାଇଁ ବନ୍ଦ କରିବାକୁ ଭୁବନେଶ୍ୱର ମହାନଗର ନିଗମ ନୋଟିସ ଦେଇଛି। କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଭୁବନେଶ୍ୱର କାର୍ଯ୍ୟାଳୟରେ ଆଜି ଏକ ବିଏମସିର ଟିମ୍ ପହଞ୍ଚି ତନାଘନା କରିଥିଲେ। ଏହାପରେ ୧୫ ଦିନ ପାଇଁ ଉକ୍ତ ଅଫିସ୍ ସିଲ୍ ହେଲା ବିଏମ୍‌ସି ପକ୍ଷରୁ ନୋଟିସ ଜାରି କରାଯାଇଛି। ଗତ ୮ ତାରିଖ ଦିନ […]

author-image
Niharika Rout
ଅଦ୍ୟତନ ହୋଇଛି
ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟାଳୟ ସିଲ୍

mp-1

ଭୁବନେଶ୍ୱର (ଓଡିଶା ରିପୋର୍ଟର): ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପଳାସପଲ୍ଲୀସ୍ଥିତ କାର୍ଯ୍ୟାଳୟ ସିଲ୍ କରାଯାଇଛି। ଏହାକୁ ୧୫ ଦିନ ପାଇଁ ବନ୍ଦ କରିବାକୁ ଭୁବନେଶ୍ୱର ମହାନଗର ନିଗମ ନୋଟିସ ଦେଇଛି।

Advertisment

କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଭୁବନେଶ୍ୱର କାର୍ଯ୍ୟାଳୟରେ ଆଜି ଏକ ବିଏମସିର ଟିମ୍ ପହଞ୍ଚି ତନାଘନା କରିଥିଲେ। ଏହାପରେ ୧୫ ଦିନ ପାଇଁ ଉକ୍ତ ଅଫିସ୍ ସିଲ୍ ହେଲା ବିଏମ୍‌ସି ପକ୍ଷରୁ ନୋଟିସ ଜାରି କରାଯାଇଛି।

publive-image

ଗତ ୮ ତାରିଖ ଦିନ ନିଜ ଜନ୍ମଦିନ ପାଳନ ବେଳେ ସାଂସଦ ଅପରାଜିତା ଷଡ଼ଙ୍ଗୀ କୋଭିଡ଼ ନିୟମ ଭାଙ୍ଗିଥିବା ଅଭିଯୋଗ ହୋଇଥିଲା। ଯେଉଁଥିରେ ସାଂସଦ ନିଜେ କିମ୍ବା ଅନ୍ୟ ମହିଳାମାନେ ମାସ୍କ ପିନ୍ଧିନଥିଲେ ଏବଂ ସାମାଜିକ ଦୂରତା ମାନିନଥିବା ଅଭିଯୋଗ ହୋଇଥିଲା। ଏନେଇ କେନ୍ଦ୍ରକୁ ଫେରାଦ ହୋଇଥିଲା ରାଜ୍। ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର। ଏନେଇ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କୁ ଚିଠି ଲେଖି ତାଗିଦ ପାଇଁ ଦାବି କରିଥିଲେ।

Advertisment

ଅପରପକ୍ଷେ କେତେକ କୋଭିଡ ଯୋଦ୍ଧା ଅପରାଜିତା ଷଡଙ୍ଗୀଙ୍କ ନାଁରେ ଭୁବନେଶ୍ୱର ଡିସିପିଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି।