ଦଶହରା ଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦଶହରା ଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ। ଅଫ୍‌ଲାଇନ୍‌ ପାଠ ପଢିବେ ଅଷ୍ଟମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ କ୍ଲାସ ହେବ। ଏନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ୍‌ ଅଫ୍‌ଲାଇନ୍‌ରେ ଚାଲିଛି। ମହାମାରୀ କରୋନା ପାଇଁ ପାଖାପାଖି ଦୁଇ ବର୍ଷ ଧରି ସ୍କୁଲ ବନ୍ଦ ରହିଥିଲା। ପିଲାମାନେ ଘରେ ରହି ଅନ୍‌ଲାଇନ୍‌ରେ […]

Student

Student

Manoranjan Sial
  • Published: Thursday, 14 October 2021
  • Updated: 14 October 2021, 08:32 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦଶହରା ଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ। ଅଫ୍‌ଲାଇନ୍‌ ପାଠ ପଢିବେ ଅଷ୍ଟମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ କ୍ଲାସ ହେବ। ଏନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ୍‌ ଅଫ୍‌ଲାଇନ୍‌ରେ ଚାଲିଛି।

ମହାମାରୀ କରୋନା ପାଇଁ ପାଖାପାଖି ଦୁଇ ବର୍ଷ ଧରି ସ୍କୁଲ ବନ୍ଦ ରହିଥିଲା। ପିଲାମାନେ ଘରେ ରହି ଅନ୍‌ଲାଇନ୍‌ରେ ପାଠ ପଢ଼ୁଛନ୍ତି। ତେବେ ଦୁର୍ଗମ ଅଞ୍ଚଳରେ ନେଟ୍‌ୱର୍କ ନଥିବାରୁ ପିଲାମାନେ ଅନ୍‌ଲାଇନ୍‌ କ୍ଲାସ କରିପାରୁ ନାହାନ୍ତି। ଯାହାଫଳରେ ପିଲାମାନେ ନାହିଁ ନଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଏପରି ସ୍ଥିତିରେ ସ୍କୁଲ ଖୋଲିବାକୁ ଅଭିଭାବକ ଓ ବୁଦ୍ଧିଜୀବୀ ଦାବି କରୁଛନ୍ତି।

ଏବେ କରୋନାର କୋପ କମିବା ପରେ ପର୍ଯ୍ୟାୟ କ୍ରମେ ଶିକ୍ଷାନୁଷ୍ଠାନ ଗୋଡ଼ିକୁ ରାଜ୍ୟ ସରକାର ଖୋଲୁଛନ୍ତି। ପୂର୍ବରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିଥିଲେ। ଏବେ ଅଷ୍ଟମ ଓ ଏକାଦଶ ଶ୍ରେଣୀ ଅଫ୍‌ଲାଇନ୍‌ରେ କରିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କେବେ ଖୋଲିବ ଜଣାପଡ଼ି ନାହିଁ। କିନ୍ତୁ ଆଜି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପୂଜା ଛୁଟି ପରେ କୋଭିଡ୍‌ ସ୍ଥିତି କମିଲେ ସ୍କୁଲ ଖୋଲିପାରେ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos