ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୁକୁର ଛୁଆଙ୍କ ଉପରେ ଗାଡ଼ି ଚଢ଼ାଇ ମାରିବା ମହଙ୍ଗା ପଡ଼ିଛି। ଗିରଫ ହୋଇଛନ୍ତି କ୍ୟାବ୍ ଡ୍ରାଇଭର୍ କାହ୍ନୁ ଚରଣ ଗିରି। ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
କାହ୍ନୁ ଚରଣ ଗିରି ପେଶାରେ ଜଣେ କ୍ୟାବ୍ ଡ୍ରାଇଭର। ଗତକାଲି ସକାଳେ ସେ ଶୈଳଶ୍ରୀ ବିହାର ସ୍ଥିତ ହାଇଲାଣ୍ଡ ରେସିଡେନ୍ସି ଅଞ୍ଚଳକୁ ଆସିଥିଲେ। ଏହି ସମୟରେ ସେ ଦ୍ରୁତ ଗତିରେ ଗାଡ଼ି ଚଲାଉଥିବା ଦେଖିବାକୁ ମିଳିଥିଲା। ଯାହାକୁ ସ୍ଥାନୀୟ ଅଞ୍ଚଳରେ ମୁତୟନ ହୋଇଥିବା ସିକ୍ୟୁରିଟି ଗାର୍ଡମାନେ ମନା କରିଥିଲେ। ଏପରିକି ଦ୍ରୁତ ଗତି ଗଡ଼ି ଚଳାଇବାକୁ ମନା କରିଥିଲେ। ଏହା ସତ୍ତ୍ୱେ କାହ୍ନୁ ଦ୍ରୁତ ଗତିରେ ଗାଡ଼ି ଚଳାଉ ଥିଲେ। ଗାଡ଼ିଟି ୪ଟି କୁକୁର ଛୁଆଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ କୁକୁର ଛୁଆଙ୍କର ମୃତ୍ୟୁ ଘଟିଥିଲା।
ଏନେଇ ପ୍ୟୁପ୍ଲସ୍ ଫର୍ ଆନିମଲ୍ ପକ୍ଷରୁ ଚନ୍ଦ୍ରଶେଖରପୁର ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ପୁଲିସ ମାମଲା ରୁଜୁ କରି କ୍ୟାବ ଡ୍ରାଇଭର କାହ୍ନୁକୁ ଗିରଫ କରି କୋର୍ଟ ଚାଲାଣ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।