ରାଉରକେଲା(ଓଡ଼ିଶା ରିପୋର୍ଟର): ରାଉରକେଲାରେ ଜଣେ ବୃଦ୍ଧ ପାଲଟିଲେ ସୁପର ସ୍ପ୍ରେଡର। ତାଙ୍କ ସଂସ୍ପର୍ଶରେ ଆସି ୨ ଦିନ ମଧ୍ୟରେ ୯୫ ଜଣ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି।
ସୂଚନା ମୁତାବକ, ସେକ୍ଟର-୧୬ ଅଞ୍ଚଳର ଜଣେ ୬୬ ବର୍ଷୀୟ ବୃଦ୍ଧ ପଜିଟିଭ ଚିହ୍ନଟ ହେବା ପରେ ଗତ ୨ ତାରିଖରେ ତାଙ୍କୁ ରାଉରକେଲା କୋଭିଡ ହସ୍ପିଟାଲରେ ଭ଼ର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିଲା। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ମଧ୍ୟରୁ ଗତକାଲି ୪୯ ଓ ଆଜି ୪୬ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି।
ଏହି ସଂକ୍ରମିତମାନେ ମୁଖ୍ୟତଃ ବାସନ୍ତୀ କଲୋନୀ, ଗୋଲଘର ଅଞ୍ଚଳର ହୋଇଥିବାରୁ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଏହାପରେ ସେଠାକାର ବାସିନ୍ଦାଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ସ୍ୱାବ ସଂଗ୍ରହ କରାଯାଉଛି। ସଂକ୍ରମଣ ନ ବ୍ୟାପିବା ପାଇଁ ଉକ୍ତ ଅଞ୍ଚଳକୁ ସାନିଟାଇଜ କରାଯିବା ସହ ବିଭିନ୍ନ ପଦକ୍ଷେପ ନିଆଯାଉଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।