ବୀରମିତ୍ରପୁର (ରାକେଶ ସାହୁ): ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁନ୍ଦରଡ଼ ଜିଲ୍ଲା ନୂଆଗାଁ ବ୍ଲକ ସୋରଡା ପଞ୍ଚାୟତ କଦମଟୋଲିର ମାଙ୍ଗି ଓରାମ(୬୫)। ଦୁର୍ଘଟଣା ପରେ ଘଟଣା ସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା।
ମାଙ୍ଗି ଆଜି ସୋରଡ଼ା ପଞ୍ଚାୟତକୁ ପିଡିଏସ୍ ଚାଉଳ ଆଣିବାକୁ ଯାଇଥିଲେ। ଚାଉଳ ଉଠାଇ ପୁଅକୁ ଦେଇଥିଲେ। ପରେ ସେ ଚାଲି ଚାଲି ଘରକୁ ଫେରୁଥିଲେ। ତେବେ କଦମଟୋଲି ନିକଟରେ ପଛରୁ ଦ୍ରୁତଗତିରେ ଅସୁଥିବା ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ମାଙ୍ଗିଙ୍କ ମୃତ୍ୟୁ ଘଟିଥିଲା।
ମୃତ ଖବର ପାଇବା ପରେ ପରିବାର ଓ ସମ୍ପର୍କୀୟ ଦିର୍ଘଟଣା ସ୍ଥଳରେ ପହଞ୍ଚି ପାଟିତୁଣ୍ଡ କରିଥିଲେ। ୫ ଲକ୍ଷ୍ୟ ଟଙ୍କା କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତାରୋକ କରିଥିଲେ। କ୍ଷତିପୂରଣ ନ ମିଳିବା ପର୍ଯ୍ୟନ୍ତ ରାସ୍ତାରୁ ମୃତଦେହ ଉଠାଇବେ ନାହିଁ ବୋଲି ଚେତାବନୀ ଦେଇଥିଲେ। ବିଶ୍ରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଉତ୍ତେଜନ କମିଥିଲାl
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।