ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ କଲିହା ଗାଁରେ ମାତ୍ର ୫୪୦ ଟଙ୍କା ପାଇଁ ଜଣେ ବୃଦ୍ଧଙ୍କୁ ବାନ୍ଧା ଯାଇଥିବା ଅଭିଯୋଗ ହୋଇଛି। ପ୍ରାୟ ୫ ଘଣ୍ଟା ଧରି ବୃଦ୍ଧଙ୍କୁ ଜଣେ ଟ୍ରାକ୍ଟର ମାଲିକ ବାନ୍ଧି ଦେଇଥିଲେ।
ଖବର ପାଇ ଖଇରା ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ବୃଦ୍ଧଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ପୁଲିସ୍ ଅଭିଯୁକ୍ତଙ୍କୁ ଅଟକ ପଚରାଉଚରା କରୁଛି। ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।
ଅଭିଯୋଗ ଅନୁସାରେ, କଲିହା ଗାଁର ଦିବାକର ବାରିକ ୪ ମାସ ତଳେ ବାସୁଦେବପୁର ଗାଁର ଅଭୟ ଜେନାଙ୍କର ଟ୍ରାକ୍ଟରରେ ହଳ କରିଥିଲେ। ହଳ ପଇସା ବାବଦକୁ ୫୪୦ ଟଙ୍କା ତାଙ୍କୁ ଦେବାର ଥିଲା। ପଇସା ଦେବାକୁ ଅଭୟ ବାରମ୍ବାର କହୁଥିଲେ ମଧ୍ୟ ଦିବାକର ଦେଇପାରୁ ନଥିଲେ।
କଥା ସେତିକିରେ ସରି ନଥିଲା। ଅଭୟ ଏହାକୁ ନେଇ ପୂର୍ବରୁ ଦିବାକରଙ୍କୁ ଦୁଇରୁ ତିନି ଥର ମାଡ଼ ମାରିଥିବା ମଧ୍ୟ ଅଭିଯୋଗ ହୋଇଥିଲା।
ଗତକାଲି ଦିବାକର ଅଭୟଙ୍କ ଗାଁ ଦେଇ ଯାଉଥିବା ବେଳେ ଅଭୟ ତାଙ୍କୁ ଅଟକାଇ ଟଙ୍କା ମାଗିବା ସହ କାଠ ଫାଳିଆରେ ଆକ୍ରମଣ କରିଥିଲେ। ପରେ ଦିନ ୧୨ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ବାନ୍ଧି ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ସୁଜାତାଙ୍କ ଭିଆରଏସ୍ : ପଣା ସଂକ୍ରାନ୍ତି ପରେ ଓଡ଼ିଶା ଛାଡ଼ିବେ ପାଣ୍ଡିଆନଙ୍କ ପରିବାର
୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନକୁ ଓଡ଼ିଶା ସରକାର ପ୍ରାୟ ୧୪ଦିନ ପକାଇ ରଖିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ପରେ ସୁଜାତାଙ୍କ ଆବେଦନ ଉପରେ ସରକାର ପଦକ୍ଷେପ ନେଇଥିବା ଜଣାପଡ଼ିଛି ।

Education
ଷ୍ଟାଫ୍ ସିଲେକ୍ସନ୍ କମିଶନରୁ ହଟିନି ଦୁର୍ନୀତି ଓ ଅନିୟମିତତାର ଦାଗ !
ପିଲାଙ୍କୁ ଗ୍ରେସ ମାର୍କ ଦେବା ବାହାନାରେ ଅନିୟମିତତା କରାଯାଉଥିବା ଅଭିଯୋଗ ହେଉଛି।
Guest Column
ଜନଶୃତି କ’ଣ ଇତିହାସ ?
ବହୁ ସମୟରେ ଜନଶୃତିମାନଙ୍କୁ ଇତିହାସ ବୋଲି ଆମ ସମାଜରେ ଧରିନିଆଯାଇଛି। ଏହା ଦ୍ଵାରା ଜିଜ୍ଞାସା ବଦଳରେ ଔଲକିକତାକୁ ପୀଢି ପୀଢି ଧରି ପ୍ରକୃତ ଜ୍ଞାନ ବୋଲି ଆମର ସମାଜ ଜାଣୁଛି। ଫଳରେ, ପୁରାଣକୁ ଇତିହାସ ମନେକରି ଅନେକ ମଣିଷ ଯୁକ୍ତି କରିବା ମଧ୍ୟ ମୁଁ ଶୁଣିଛି।

Politics
ତାମିଲନାଡୁରେ ନବୀନ: କ’ଣ ଲୁଚାଇବାକୁ ଚାହୁଁଛନ୍ତି ପାଣ୍ଡିଆନ?
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କ ସହ କୋଏମ୍ବାଟୁର ବିମାନ ବନ୍ଦରରେ ଅବତରଣ କରିଥିବାର ଭିଡିଓ ନାଟକୀୟ ଢଙ୍ଗରେ ଓଡ଼ିଶାର ଗଣମାଧ୍ୟମକୁ ବିତରଣ କରାଯାଇଛି । କିଏ ଓ କାହିଁକି ଏଭଳି କରିଛି ତାହା ଭିନ୍ନ ପ୍ରସଙ୍ଗ ହୋଇଥିବାବେଳେ ଭିଡିଓରେ ନବୀନଙ୍କ ସହ ପାଣ୍ଡିଆନ ମଧ୍ୟ ରହିଥିବା ଦେଖିବାକୁ ମିଳିଛି ।

Politics
ଅଡ଼ୁଆରେ କିସ୍ : ତଦନ୍ତ କରି ଖୋର୍ଦ୍ଧା ଜିଲ୍ଲାପାଳ ଦେବେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ
୨୦୧୭ ଜୁଲାଇ ୬ତାରିଖରେ ଜିଲ୍ଲା ଶିଶୁ କଲ୍ୟାଣ କମିଟି(ସିଡବ୍ଲ୍ୟୁସି) ଯେଉଁ ରିପୋର୍ଟ ଓ ସୁପାରିଶ କରିଥିଲେ ତା’ର ଅନୁପାଳନ କାହିଁକି ହୋଇନି ସେ ନେଇ ମଧ୍ୟ ଖୋର୍ଦ୍ଧା ଜିଲ୍ଲାପାଳ ସ୍ପଷ୍ଟୀକରଣ ରଖିବେ ।