ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ଓ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ପ୍ରତିବାଦରେ ବାମଦଳ ପକ୍ଷରୁ ଜୁଲାଇ ୧୫ତାରିଖରେ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ ପ୍ରଦେଶ କଂଗ୍ରେସ ସମର୍ଥନ କରିଛି।
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏ ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତା ଯୋଗୁ ଦରଦାମ ହୁହୁ ବଢ଼ିଚାଲିଛି। ଡିଜେଲ ଓ ପେଟୋଲ ଦର ଲିଟର ପିଛା ଶହେ ଟଙ୍କା ପାର ହେଲାଣି। ଏହାର ସିଧାସଳଖ ପ୍ରଭାବ ମାଲ୍ ଓ ଯାତ୍ରୀ ପରିବହନ ଉପରେ ପଡ଼ୁଛି। ଖାଇବା ତେଲ, ଡାଲି, ଆଳୁ, ପିଆଜ, ଚିନି, ଔଷଧ ଦର ଆକାଶଛୁଆ ହେଲାଣି। ୨୩ରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍ ଦିଆଯାଉ ବୋଲି ଶ୍ରୀ ପଟ୍ଟନାୟକ ଦାବି କରିଛନ୍ତି।
ସୂଚନାଯୋଗ୍ୟ, ପେଟ୍ରୋଲିୟମ ସମେତ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ପ୍ରତିବାଦରେ ସିପିଆଇ(ଏମଏଲ), ଫରୱାର୍ଡ ବ୍ଲକ୍, ସିପିଆଇ ଓ ସିପିଏମ୍ ପକ୍ଷରୁ ଜୁଲାଇ ୧୫ରେ ବନ୍ଦ ଡାକରା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।