ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ କରି ବନ୍ଧା ହେଲେ ବାବୁଲି

ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ କରିବା ଘଟଣାରେ ଉଦଳା ପୁଲିସ୍ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।  ଗିରଫ ଯୁବକଙ୍କ ନାଁ ବାବୁଲି ବଦରା। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ। ବାରିପଦା ମେଡିକାଲରେ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଛି। ସୂଚନାଯୋଗ୍ୟ, ଗତ ୩୧ ତାରିଖରେ ଭିନ୍ନକ୍ଷମ ଯୁବତୀଜଣଙ୍କ ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ବାବୁଲି ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଟେକି ନେଇ ଜଙ୍ଗଲରେ ଦୁଷ୍କର୍ମ କରିଥିବା ଅଭିଯୋଗ […]

rape

Tapaswini Nayak
  • Published: Monday, 05 August 2019
  • , Updated: 05 August 2019, 10:47 AM IST

ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ କରିବା ଘଟଣାରେ ଉଦଳା ପୁଲିସ୍ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।  ଗିରଫ ଯୁବକଙ୍କ ନାଁ ବାବୁଲି ବଦରା। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ। ବାରିପଦା ମେଡିକାଲରେ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଛି।

ସୂଚନାଯୋଗ୍ୟ, ଗତ ୩୧ ତାରିଖରେ ଭିନ୍ନକ୍ଷମ ଯୁବତୀଜଣଙ୍କ ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ବାବୁଲି ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଟେକି ନେଇ ଜଙ୍ଗଲରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଯୁବତୀ ଜଣକ ଏହି କଥା ତାଙ୍କ ମା’ଙ୍କୁ  ଜଣାଇଥିଲେ। ଏନେଇ ତାଙ୍କ ମା’ ଥାନାରେ ଏତଲା ଦେଇଥିଲେ। ପୀଡ଼ିତାଙ୍କ ମା’ଙ୍କ ଏତଲା ଆଧାରରେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ ।

Related story