ପୁରୀ(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ପୁରୀ-ହାୱଡା ଏକ୍ସପ୍ରେସର ୩ଟି ଖାଲି ବଗି ଲାଇନଚ୍ୟୁତ ହୋଇଛି। ମାଳତୀପାଟପୁରରୁ ପୁରୀ ଆସିବା ବେଳେ ଏହି ଅଘଟଣ ଘଟିଛି। ଯାହାଫଳରେ ପୁରୀ-ହାୱଡା ଟ୍ରେନ୍ ଯାତ୍ରା ବିଳମ୍ୱ ହୋଇଛି। ତେବେ କେଉଁ କାରଣ ପାଇଁ ଲାଇନ୍ଚ୍ୟୁତ୍ ହୋଇଛି, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ। ରେଲୱେ କର୍ତ୍ତୃପକ୍ଷ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏଥିସହ ଟ୍ରାକ୍ ମରାମିତି କାର୍ଯ୍ୟ ଚାଲିଛି।
ପୁରୀ-ହାୱଡା ଏକ୍ସପ୍ରେସର S-1, S-2 ଓ S-3 ବଗି ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ ଗୁଡ଼ିକ ପ୍ରାୟ ୩୦% ଟ୍ରାକ୍ରୁ ବାହାରକୁ ଟେକି ହୋଇ ରହିଛି। ଲୁପ୍ଲାଇନ୍ରୁ ମେନ ଲାଇନ୍କୁ ଟ୍ରେନ୍ଟି ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଟ୍ରେନ୍ଟି ରାତି ୮.୧୫ ମିନିଟ୍ରେ ହାୱଡା ଅଭିମୁଖେ ବାହାରି ଥାଆନ୍ତା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।