ଏନ୍‌କାଉଣ୍ଟର୍‌ରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ପୁସ୍ତପୁର ନିକଟରେ ଏନ୍‌କାଣ୍ଟର୍‌ରେ ଦୁର୍ଦ୍ଦାନ୍ତ ଅପରାଧୀ ଦିଲୀପ ଦାସ ଆହତ ହୋଇଛି। ତା’ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦିଲୀପଠାରୁ ଜବତ ବନ୍ଧୁକ ଓ ଗୁଳି

ଦିଲୀପ ଠାରୁ ଗୋଟିଏ ଦେଶୀ ବନ୍ଧୁକ ଓ ଦୁଇଟି ଗୁଳି ଜବତ କରାଯାଇଛି। ତା’ ନାଁରେ ବିଭିନ୍ନ ଥାନାରେ ୨୦ରୁ ଅଧିକ ମାମଲା ରହିଛି।