ଲମତାପୁଟ (ଜଗତଜୀବନ): କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ଅନ୍ତର୍ଗତ ରିଡ଼ାଲ ଗାଁ ନିକଟରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।
ମୃତ ବ୍ୟକ୍ତିଙ୍କ ନାଁ ଜଗନ୍ନାଥ ହଞ୍ଜରିଆ। ତିନି ଆହତ ହେଉଛନ୍ତି ବିବେକ ମୁଦୁଲି, ଜଗନ୍ନାଥଙ୍କ ଝିଅ ଓ ତାଙ୍କର ଜଣେ ସଂପର୍କୀୟ ବାବୁଲା ହଞ୍ଜରିଆ।
ଗୁରୁତର ଆହତ ବିବେକ ମୁଦୁଲିଙ୍କ ଘର ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବାଲିକୁଣ୍ଡା ଗାଁରେ। ସେ ଅନକାଡେଲି ହାଟରୁ ବାଇକ୍ ଯୋଗେ ଫେରୁଥିବା ବେଳେ ବିପରୀତ ଦିଗରୁ ବାଇକ୍ରେ ଆସୁଥିଲେ ଜଗନ୍ନାଥ, ତାଙ୍କ ଝିଅ ଓ ସଂପର୍କୀୟ ବାବୁଲା। ଜଗନ୍ନାଥ ତାଙ୍କ ଝିଅ ଓ ସଂପର୍କୀୟଙ୍କ ସହିତ ଗୋପୀଖିଲରୁ ଆସୁଥିଲେ। ରିଡ଼ାଲ ନିକଟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।
ଘଟଣାସ୍ଥଳରେ ଜଗନ୍ନାଥଙ୍କର ମୃତ୍ୟୁ ଘଟିଥିଲା। ଆହତ ତିନି ଜଣଙ୍କୁ ପ୍ରଥମେ ଅନକାଡ଼େଲି ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜି ଭୁବନେଶ୍ୱରରେ ହାଫ୍ ଡେ' ସ୍କୁଲ୍
ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଟ୍ରାଫିକ କଟକଣା; ମୋ ବସ ଚଳାଚଳ ବାଧାପ୍ରାପ୍ତ
୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି।
Miscellaneous
ଆଜିଠୁ ଭୁବନେଶ୍ୱରରେ ସର୍ବଭାରତୀୟ ଡିଜିପି ସମ୍ମିଳନୀ
ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ।
Politics
ଆଜି ପହଞ୍ଚିବେ ପିଏମ୍ ମୋଦି ଓ ଅମିତ ଶାହ, ସୁରକ୍ଷା ବଳୟରେ ରାଜଧାନୀ
ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ବି ଏହି ସମ୍ମିଳନୀରେ ଯୋଗ ଦେବେ। ସେଥିନିମନ୍ତେ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ ।
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।