ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଚାଲିଗଲା ବସ୍ ହେଲ୍ପରଙ୍କ ଜୀବନ। ୧୦ରୁ ଅଧିକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ନୟାଗଡ଼ ଜିଲ୍ଲାରେ ଘଟିଛି ଏହି ଦୁର୍ଘଟଣା।
‘ଚୌଧୁରୀ’ ନାମକ ଏହି ଯାତ୍ରୀବାହୀ ବସ୍ଟି ବ୍ରହ୍ମପୁରରୁ କଟକ ଜିଲ୍ଲା ନରସିଂହପୁର ଅଭିମୁଖେ ଯାଉଥିଲା। ହେଲେ ବାଟରେ ଖଣ୍ଡପଡ଼ା ଥାନା ଜଗନ୍ନାଥପ୍ରସାଦ ପଞ୍ଚାୟତର ଦରଦା ଠାରେ ଏହା ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଖଣ୍ଡପଡ଼ା ପୁଲିସ୍ ଓ ଦମକଳ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲା।
ବସ୍ ହେଲ୍ପରଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରାଯାଇ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।
୧୦ ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନ୍ୟ ୭ ଜଣ ଖଣ୍ଡପଡ଼ା ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।