ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ କାଚରାପଲ୍ଲୀ ଛକ ନିକଟରେ ଏକ ସ୍କୁଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହେବାରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ତେବେ ଖବର ଲେଖାଯିବା ପର୍ଯ୍ୟନ୍ତ ମୃତାହତଙ୍କ ନାଁ ଜଣାପଡ଼ି ନାହିଁ।
ସୂଚନା ଅନୁଯାୟୀ, ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ସେମାନେ ଏକ ସ୍କୁଟିରେ ଭୁବନେଶ୍ୱରରୁ ନିଜ ଘର ଖଣ୍ଡପଡା ଥାନା ଅନ୍ତର୍ଗତ ତେନ୍ତୁଳିପଲ୍ଲୀକୁ ଯାଉଥିଲେ। ଏହି ସମୟରେ ସ୍କୁଟିଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛରେ ପିଟି ହୋଇଥିଲା। ଗୁରୁତର ଦୁଇ ଜଣଙ୍କୁ ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।