Advertisment

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଜଣେ ମୃତ

ସମ୍ବଲପୁର (ସଞ୍ଜୟ ଜେନା): ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ କରମଟୋଲି ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ଯୁବକଜଣଙ୍କ ହେଲେ ସୋନୁ ଖଡ଼ିଆ। ଗୁରୁତର ଉମେଶ ମୁଣ୍ଡାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ସୋନୁ ଓ ଉମେଶ କରମଟୋଲିରେ ବୁଲାବୁଲି କରୁଥିଲେ। ଏହି ସମୟରେ ସେହି ଅଞ୍ଚଳର କିଛି ଯୁବକଙ୍କ ସହ […]

ଅଦ୍ୟତନ ହୋଇଛି
ଘରେ ପଶି ଦଳି ଦେଲା ହାତୀ

Deadbody

Advertisment

ସମ୍ବଲପୁର (ସଞ୍ଜୟ ଜେନା): ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ କରମଟୋଲି ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ଯୁବକଜଣଙ୍କ ହେଲେ ସୋନୁ ଖଡ଼ିଆ। ଗୁରୁତର ଉମେଶ ମୁଣ୍ଡାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।

Advertisment

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ସୋନୁ ଓ ଉମେଶ କରମଟୋଲିରେ ବୁଲାବୁଲି କରୁଥିଲେ। ଏହି ସମୟରେ ସେହି ଅଞ୍ଚଳର କିଛି ଯୁବକଙ୍କ ସହ କୌଣସି କଥାକୁ ନେଇ ସେମାନଙ୍କର ବଚସା ହୋଇଥିଲା। ପରେ ସେହି ଯୁବକମାନେ ସଂଘବଦ୍ଧ ଭାବେ ସୋନୁ ଓ ଉମେଶଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସୋନୁଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାରେ ପୁଲିସ୍ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

Murder
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe