ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ରାଜଭବନ ପାଖ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ଜଣେ ଗୁରୁତରଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଗଞ୍ଜାମ ଜିଲ୍ଲାର ସତ୍ୟ ନାୟକ। ଏନେଇ SCB ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗତକାଲି ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ପରେ ଗୁରୁତର ୨ ଜଣଙ୍କୁ କଟକ SCBକୁ ସ୍ଥାନାନ୍ତର କରାଯାଇଥିଲା। ସେମାନଙ୍କ ମଧ୍ୟରୁ ସତ୍ୟଙ୍କ ଶରୀରର ୬୦ ପ୍ରତିଶତ ପୋଡ଼ି ଯାଇଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ଭୁବନାନନ୍ଦ ମହାରଣା।
ସୂଚନାଯୋଗ୍ୟ, ରାଜଭବନ ନିକଟ IOCL ପେଟ୍ରୋଲ ପମ୍ପରେ ଗତକାଲି ହୋଇଥିବା ଏହି ଅଘଟଣରେ ପୁରା ପେଟ୍ରୋଲ୍ ପମ୍ପ ଛାରଖାର ହୋଇଯାଇଛି। ପ୍ରାୟ ଅଧ କିଲୋମିଟର ପରିଧିରେ ଥିବା ଘରଦ୍ୱାର କ୍ଷତିଗ୍ରସ୍ତ ହୋଇଥିଲା । ଏପରିକି ରାଜଭବନର କିଛି ଝରକା ମଧ୍ୟ ଭାଙ୍ଗି ଯାଇଥିଲା । ଏଥିଯୋଗୁ ଲୋକେ ଭୟଭୀତ ହୋଇ ଯାଇଥିବା ବେଳେ ଏଜି ଛକରୁ ଗଭର୍ଣ୍ଣର ହାଉସ ଛକ ରାସ୍ତାକୁ ସିଲ୍ କରି ଦିଆଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଭ୍ୟାନ, ସ୍ୱାମୀ-ସ୍ତ୍ରୀ ମୃତ
ଦୁର୍ଘଟଣା ଘଟାଇଥିବା କୁକୁଡ଼ା ବୋଝେଇ ଭ୍ୟାନଟି ଫେରାର୍ ହୋଇଯାଇଛି। ତଦନ୍ତ କରୁଛି ପୁଲିସ।
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।