ନୂଆପଡ଼ା (ମାୟାଧର ସରାଫ୍): ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ଜୁନାନି ଗାଁ ନିକଟ ଏନ୍ଏଚ୍ ୩୫୩ରେ ଏକ ମିନିଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଅଭିକାନ୍ତ ନାୟକ। ଆହତଙ୍କ ମଧ୍ୟରେ କୃଷ୍ଣ ମାଝୀ, କୃଷ୍ଣ ସବର, ରେଙ୍ଗା ମାଝୀ ଅଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ବେଳେ ଗାଡିରେ ୨୫ ଜଣ ଦାଦନ ଶ୍ରମିକ ଥିଲେ। ଏମାନଙ୍କୁ କଣ୍ଟାବାଞ୍ଜିକୁ କାମ କରିବାକୁ ନିଆଯାଉଥିଲା।
ଉପରପିଟା ଗାଁରୁ କଣ୍ଟାବାଞ୍ଜିକୁ ଶ୍ରମିକମାନେ ମିନିଟ୍ରକ୍ରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ସୁଜାତାଙ୍କ ଭିଆରଏସ୍ : ପଣା ସଂକ୍ରାନ୍ତି ପରେ ଓଡ଼ିଶା ଛାଡ଼ିବେ ପାଣ୍ଡିଆନଙ୍କ ପରିବାର
୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନକୁ ଓଡ଼ିଶା ସରକାର ପ୍ରାୟ ୧୪ଦିନ ପକାଇ ରଖିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ପରେ ସୁଜାତାଙ୍କ ଆବେଦନ ଉପରେ ସରକାର ପଦକ୍ଷେପ ନେଇଥିବା ଜଣାପଡ଼ିଛି ।

Education
ଷ୍ଟାଫ୍ ସିଲେକ୍ସନ୍ କମିଶନରୁ ହଟିନି ଦୁର୍ନୀତି ଓ ଅନିୟମିତତାର ଦାଗ !
ପିଲାଙ୍କୁ ଗ୍ରେସ ମାର୍କ ଦେବା ବାହାନାରେ ଅନିୟମିତତା କରାଯାଉଥିବା ଅଭିଯୋଗ ହେଉଛି।
Guest Column
ଜନଶୃତି କ’ଣ ଇତିହାସ ?
ବହୁ ସମୟରେ ଜନଶୃତିମାନଙ୍କୁ ଇତିହାସ ବୋଲି ଆମ ସମାଜରେ ଧରିନିଆଯାଇଛି। ଏହା ଦ୍ଵାରା ଜିଜ୍ଞାସା ବଦଳରେ ଔଲକିକତାକୁ ପୀଢି ପୀଢି ଧରି ପ୍ରକୃତ ଜ୍ଞାନ ବୋଲି ଆମର ସମାଜ ଜାଣୁଛି। ଫଳରେ, ପୁରାଣକୁ ଇତିହାସ ମନେକରି ଅନେକ ମଣିଷ ଯୁକ୍ତି କରିବା ମଧ୍ୟ ମୁଁ ଶୁଣିଛି।

Politics
ତାମିଲନାଡୁରେ ନବୀନ: କ’ଣ ଲୁଚାଇବାକୁ ଚାହୁଁଛନ୍ତି ପାଣ୍ଡିଆନ?
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କ ସହ କୋଏମ୍ବାଟୁର ବିମାନ ବନ୍ଦରରେ ଅବତରଣ କରିଥିବାର ଭିଡିଓ ନାଟକୀୟ ଢଙ୍ଗରେ ଓଡ଼ିଶାର ଗଣମାଧ୍ୟମକୁ ବିତରଣ କରାଯାଇଛି । କିଏ ଓ କାହିଁକି ଏଭଳି କରିଛି ତାହା ଭିନ୍ନ ପ୍ରସଙ୍ଗ ହୋଇଥିବାବେଳେ ଭିଡିଓରେ ନବୀନଙ୍କ ସହ ପାଣ୍ଡିଆନ ମଧ୍ୟ ରହିଥିବା ଦେଖିବାକୁ ମିଳିଛି ।

Politics
ଅଡ଼ୁଆରେ କିସ୍ : ତଦନ୍ତ କରି ଖୋର୍ଦ୍ଧା ଜିଲ୍ଲାପାଳ ଦେବେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ
୨୦୧୭ ଜୁଲାଇ ୬ତାରିଖରେ ଜିଲ୍ଲା ଶିଶୁ କଲ୍ୟାଣ କମିଟି(ସିଡବ୍ଲ୍ୟୁସି) ଯେଉଁ ରିପୋର୍ଟ ଓ ସୁପାରିଶ କରିଥିଲେ ତା’ର ଅନୁପାଳନ କାହିଁକି ହୋଇନି ସେ ନେଇ ମଧ୍ୟ ଖୋର୍ଦ୍ଧା ଜିଲ୍ଲାପାଳ ସ୍ପଷ୍ଟୀକରଣ ରଖିବେ ।