ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ବିବାହ ଭୋଜି ଖାଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇଛନ୍ତି। ଏପରି ଘଟଣା ନୟାଗଡ଼ ଜିଲ୍ଲାରେ ଘଟିଛି। ଅସୁସ୍ଥମାନଙ୍କୁ ଏବେ ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଶୁକ୍ରବାର ଓଡ଼ଗାଁ ବ୍ଲକ ରବିଗାଡ଼ିଆ ପଞ୍ଚାୟତ ଆଡୁଆ ସାହିରେ ଏକ ବିବାହ ଭୋଜି ଥିଲା। ସାହିଭାଇ ଭୋଜିଭାତ ଖାଇଥିଲେ। ଭୋଜି ଖାଇବା ପରେ ୨୫ରୁ ଅଧିକ ଅସୁସ୍ଥ ହୋଇ ପଡ଼ିଥିଲେ। ସମସ୍ତଙ୍କୁ ଓଡ଼ଗାଁ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ରାଧା ବାରିକଙ୍କ ପତ୍ନୀ ମାଟିଆଣୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟମାନଙ୍କୁ ମେଡିକାଲ୍ରେ ଚିକିତ୍ସା କରାଯାଉଛି। ଖାଦ୍ୟ ବିଷାକ୍ତ ହେବାରୁ ଏପରି ହୋଇଥିବା ଅଭିଯୋଗ ହେଉଛି। ତେବେ କେଉଁ ପରିସ୍ଥିତିରେ ଖାଦ୍ୟ ବିଷାକ୍ତ ହେଲା, ତାହା ଜଣାପଡ଼ି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।