ରାଇରଙ୍ଗପୁର:(ଓଡ଼ିଶା ରିପୋର୍ଟର) ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍। ଘଟଣାସ୍ଥଳରେ ଚାଲିଗଲା ଉଭୟଙ୍କ ଜୀବନ। ଅନ୍ୟ ଜଣେ ଗୁରୁତରଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅଧିନ ବିଶୋଇ ଛକ ନିକଟରେ।
ବିଶୋଇ ଥାନା ଅସନସିତୋଡ଼ ଗାଁର ଦମ୍ପତି ଏକ ବାଇକ୍ରେ ଘରକୁ ଫେରୁଥିଲେ। ଫେରିବା ବାଟରେ ରାସ୍ତା କଡ଼ରେ ବାଇକ୍ ରଖି ଅନ୍ୟ ଜଣେ ମହିଳାଙ୍କ ସହ କଥାବାର୍ତ୍ତା ହେଉଥିଲେ।
ସେହିସମୟରେ ଦ୍ରୁତ ଗତିରେ ଆସୁଥିବା ଗ୍ୟାସ୍ ଟାଙ୍କି ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ସେମାନଙ୍କ ଉପରେ ମାଡ଼ିଯାଇଥିଲା। ଘଟଣାସ୍ଥଳରେ ଅଙ୍ଗନୱାଡି କର୍ମୀ ସାବିତ୍ରୀ ମୁଣ୍ଡାଙ୍କ ମୃତ୍ୟୁ ହୋଇଥିଲା।
ତାଙ୍କ ସ୍ୱାମୀଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ମେଡିକାଲ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।
ଅନ୍ୟ ଜଣେ ଅଙ୍ଗନୱାଡି କର୍ମୀ ନିରୁପମା ହେମ୍ବ୍ରମଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ବିଶୋଇ ପୋଲିସ୍ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଅଧିକ ତଦନ୍ତ ଚଲାଇଥିବା ସୂଚନା ମିଳିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।