ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା କାଲିଭନା ଛକରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ବାଇକ୍ ଆରୋହୀ ଫେରାର ହୋଇଯାଇଥିବା ଜଣାପଡ଼ିଛି। ମୃତକ ହେଲେ ସ୍ଥାନୀୟ ରାଣିକଟା ଗାଁର ଇନ୍ଦ୍ରଜିତ ସା।
ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଯାହାଫଳରେ ଗାଡ଼ି ଚଳାଚଳ ଠପ୍ ହୋଇଯାଇଛି। ପୁଇଁନ୍ତଲା ତହସିଲଦାର ଘଟଣାସ୍ଥଳରେ ପହଚିଂ ଦଶ ହଜାର ଟଙ୍କାର କ୍ଷତିପୂରଣ ଦେବା ପାଇଁ କହିଥିଲେ। ଏହା ସତ୍ତ୍ୱେ ରାସ୍ତାରୋକ ପ୍ରତ୍ୟାହୃତ ହୋଇନଥିଲା। ଆନ୍ଦୋଳନକାରୀମାନେ ଅଧିକ କ୍ଷତିପୂରଣ ଦାବି କରିଥିଲେ। ଖବର ଲେଖା ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିଛି। ପୁଇଁନ୍ତଲା ପୁଲିସ ଆନ୍ଦୋଳନକାରୀଙ୍କ ସହିତ ଏବେ ମଧ୍ୟ ଆଲୋଚନା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।