ସଡ଼କ ଦୁର୍ଘଟଣାରେ ଜଣେ ମୃତ: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ

କେନ୍ଦୁଝର: ପଦ୍ମପୁର କଲେଜ ଛକରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାକୁ କ୍ଷତିପୂରଣ ପ୍ରଦାନ ଓ ହମ୍ପସ୍‌ ନିର୍ମାଣ ଦାବିରେ ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି।