ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ ଧକ୍କା

ମୋହନା(ମିହିର ଯତି):  ଗଜପତି ଜିଲ୍ଲା ଅଡବା ଥାନା  ଅନ୍ତରବା କନ୍ୟାଶ୍ରମ ନିକଟରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଡେଙ୍ଗମାଳ ଗାଁର ସୁମନ୍ତ ଶବର।

ଗତକାଲି ବିଳମ୍ବିତ ରାତିରେ ସୁମନ୍ତ ଅନ୍ତରବାରୁ ଡେଙ୍ଗାମାଳ  ନିଜ ଘରକୁ ବାଇକ୍ ଯୋଗେ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରାକ୍ଟର ସହ ତାଙ୍କ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ସୁମନ୍ତଙ୍କର ମୃତ୍ୟୁ ହୋଇଥିଲା। ପୁଲିସ ପହଞ୍ଚି ତାଙ୍କ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ ପଠାଇଛି।

ଦୁର୍ଘଟଣା ପରେ ଟ୍ରାକ୍ଟର ଡ୍ରାଇଭର ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

 

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।