ଗଛରେ ପିଟି ହେଲା ସ୍କୁଟି, ଜଣେ ମୃତ

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର-ଜୟପୁର ରାସ୍ତାର ରାହାଡ଼ିଙ୍ଗା ନିକଟରେ ଆଜି ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଥିସହ ଦୁଇ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏମାନେ ସ୍କୁଟିରେ ଜଗତସିଂହପୁର ଆସୁଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ। ମୃତାହତଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଓ ରାସ୍ତା ମରାମତି ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ଖରାପ ରାସ୍ତା […]

scooti

Jitendra Garnayak
  • Published: Monday, 21 January 2019
  • , Updated: 21 January 2019, 09:26 AM IST

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର-ଜୟପୁର ରାସ୍ତାର ରାହାଡ଼ିଙ୍ଗା ନିକଟରେ ଆଜି ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଥିସହ ଦୁଇ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଏମାନେ ସ୍କୁଟିରେ ଜଗତସିଂହପୁର ଆସୁଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ।

ମୃତାହତଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଓ ରାସ୍ତା ମରାମତି ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ଖରାପ ରାସ୍ତା ଯୋଗୁ ବାରମ୍ବାର ଏମିତି ଦୁର୍ଘଟଣା ଘଟୁଥିବା ଲୋକେ ଅଭିଯୋଗ କରିଛନ୍ତି।

Related story