ଉଦଳା(ମାନସ ପାଣି): ପୂଜା ଛୁଟିରେ ଘରକୁ ଆସିଥିଲା ଝିଅ। ହେଲେ ଛୁଟି ସରିବା ପୂର୍ବରୁ ସେ ଦୁନିଆ ଛାଡ଼ିଦେଲା। ଟିଭି ପ୍ଲଗ୍ ଦେଉଥିବା ସମୟରେ ବିଦ୍ୟୁତ୍ ଆଘାତ ଲାଗିବାରୁ ଆଖି ବୁଜିଲା ଚିନୁ ପ୍ରଭା ପାତ୍ର। ଏପରି ଦୁଃଖଦ ଘଟଣା ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ରାଇଡାହି ଗ୍ରାମରେ ଘଟିଛି। ଏହା ପ୍ରଚାରିତ ହେବାପରେ ଗାଁରେ ଶୋକର ଛାୟା ଖେଳିଯାଇଛି।
ଚିନୁ ଭାଲୁବସା ଆଦର୍ଶ ବିଦ୍ୟାଳୟରେ ନବମ ଶ୍ରେଣୀରେ ପାଠ ପଢ଼ୁଥିଲା। ତେବେ ବିଦ୍ୟାଳୟ ଛୁଟି ଥିବାରୁ ସେ ଘରକୁ ଆସିଥିଲା। ଘରେ ଅନ୍ୟ ସଦସ୍ୟ କାମରେ ବ୍ୟସ୍ତ ଥିବା ବେଳେ ଚିନୁ ଟିଭି ଲଗାଇବାକୁ ଇଲେକ୍ଟ୍ରି ବୋର୍ଡରେ ପ୍ଲଗ୍ ଲଗାଇଥିଲା। ଏହି ସମୟରେ ଅସାବଧାନତାବଶତଃ ତାକୁ ବିଦ୍ୟୁତ୍ ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ପରିବାର ଲୋକେ ଝିଅକୁ ଚିକିସିା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।
Crime
ପାଢ଼ୀ ଟ୍ୟୁଟୋରିଆଲ ମାଲିକଙ୍କ ଆତ୍ମହତ୍ୟା ଘଟଣା: ଆଉ ଥରେ ଏତଲା ଦେବାକୁ ହାଇକୋର୍ଟଙ୍କ ଅନୁମତି
ଏହି ମାମଲାର ଶୁଣାଣି ସମୟରେ ସରକାରୀ ଓକିଲ କୋର୍ଟଙ୍କୁ କହିଥିଲେ ଯେ ପୁଲିସ୍ ଜବତ କରିଥିବା ସୁଇସାଇଡ୍ ନୋଟରେ ଜେ.ବି ପାଢ଼ୀଙ୍କ ସହ ଅର୍ଥ କାରବାର କରୁଥିବା ୩୦ ଜଣଙ୍କ ନାମ ରହିଛି। କିନ୍ତୁ ସେହି ସନ୍ଦିଗ୍ଧମାନଙ୍କ ବିରୋଧରେ ତଦନ୍ତ ଶେଷ ହୋଇନାହିଁ।
Crime
ଦାଦନ ସର୍ଦ୍ଦାରର ଦବଙ୍ଗଗିରି; ଶ୍ରମିକଙ୍କୁ କିଡ୍ନାପ କରି ନେଇ ନିର୍ଧୂମ ଛେଚିଲେ
ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।