ଭଞ୍ଜନଗର (ରାଜେଶ କୁମାର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା କୁଟୁଳୁକୁମ୍ପା ଗାଁରେ ଜଣେ ବ୍ୟକ୍ତିଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଶିବରାମ ନାୟକ (୫୫)। ତାଙ୍କ ଛାତି ଓ ପେଟରେ ଗୁଳି ବାଜିଛି। ତାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଆଜି ସକାଳେ ଶିବରାମ ନିଜ ଜମିକୁ କାମ କରିବାକୁ ଯାଇଥିଲେ। ସେ ସେଠାରେ କାମ କରୁଥିବା ବେଳେ ତାଙ୍କ ଗାଁର ଜଣେ ଯୁବକ ସେଠାରେ ପହଞ୍ଚିଥିଲେ ଓ ତାଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇ ଫେରାର ହୋଇଯାଇଥିଲେ।
ଗୁଳି ଶବ୍ଦ ଶୁଣି ନିକଟ ଜମିରେ କାମ କରୁଥିବା ଲୋକେ ଦୌଡ଼ି ଆସିଥିଲେ। ସେମାନେ ପରିବାର ଲୋକଙ୍କୁ ଖବର ଦେବା ସହିତ ଶିବରାମଙ୍କୁ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଡାକ୍ତର କହିଛନ୍ତି। ଅନ୍ୟପକ୍ଷରେ ଭଞ୍ଜନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।